ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ଭୂପେନ୍ଦ୍ର ପଟେଲ୍ । ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ୍ । ବିଜେପି ବିଧାୟକ ଦଳ ବୈଠକରେ ଏ ସଂପର୍କରେ ନିଷ୍ପତ୍ତି ହୋଇଛି। ଅହମ୍ମଦାବାଦରେ ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଜୟ ରୂପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ କିଏ ହେବ ଗୁଜରାଟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ଚାଲିଥିଲା ।

ଭୂପେନ୍ଦ୍ରଭାଇ ରଜନୀକାନ୍ତ ପଟେଲ୍ ଗୁଜରାଟର ଘାଟଲୋଦିଆ ଆସନରୁ ବିଧାୟକ ଅଛନ୍ତି। ସେ ୨୦୧୭ ବିଧାନସଭା ନିର୍ବାଚନରେ ଅହମ୍ମଦାବାଦ ଜିଲ୍ଲାର ଘାଟଲୋଦିଆ ଆସନରେ କଂଗ୍ରେସର ଶଶୀକାନ୍ତ ବାସୁଦେବଭାଇ ପଟେଲଙ୍କୁ ହରାଇଥିଲେ। ପଟେଲ ପାଟିଦାର ନେତା ଭାବେ ଭୂପେନ୍ଦ୍ର ଅହମ୍ମଦାବାଦ ମ୍ୟୁନିସିପାଲ୍ କାଉନସିଲର୍ ଭାବେ କାମ କରିଆସିଛନ୍ତି। ସେ ପେସାରେ ଜଣେ ଇଞ୍ଜିନିୟର। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଭୂପେନ୍ଦ୍ର ଭାଇ ପଟେଲଙ୍କ ନାଁ ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!