Masthead

୩ ଦିନିଆ ଭାରତ ଗସ୍ତରେ ଭୁଟାନ ରାଜା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଆସୁଛନ୍ତି ଭୁଟାନ ରାଜା । ଭୁଟାନ ରାଜା ଜିଗମେ ଖେସର ନାମନ୍ୟାଲ ୱାଙ୍ଗଚୁକ ୩ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତ୍ରଣରେ ଭାରତକୁ ଆସୁଛନ୍ତି ୱାଙ୍ଗଚୁକ। ଆସନ୍ତକାଲି ଭାରତ ଗସ୍ତରେ ଆସିବେ । ଏପ୍ରିଲ୩ ରୁ ୫ ପର୍ଯ୍ୟନ୍ତ ସେ ଭାରତରେ ରହିବେ। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ ସେଠାକାର ବିଦେଶ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଲୟୋଂପୋ ଡା. ଟାଣ୍ଡି ଦୋରଜି ଓ ରାଜାଙ୍କ ବରିଷ୍ଠ ଅଧିକାରୀ ରହିବେ। ଭୁଟାନ ରାଜାଙ୍କ ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ନିୟମିତ ଭାବେ ଉଚ୍ଚସ୍ତରୀୟ ଆଦାନ ପ୍ରଦାନର ଲମ୍ବା ପରମ୍ପରାକୁ ଧ୍ୟାନରେ ରଖି କରାଯାଇଛି। ଏହି ସୂଚନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ