Masthead

ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଦୁର୍ବ୍ୟବହାର ମାମଲା, ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପିଏସ ଗିରଫ । ପିଏସ ବୈଭବ କୁମାରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ । ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଦୁର୍ବ୍ୟବହାର ଓ ମାରପିଟ୍ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପିଏସ ବିଭବ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ମାଲିୱାଲ ମେ’ ୧୩ ତାରିଖରେ କେଜ୍ରିୱାଲଙ୍କୁ ଭେଟିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ । ସେଠାରେ କେଜ୍ରିୱାଲଙ୍କ ପିଏସ ବୈଭବ କୁମାର ତାଙ୍କ ସହ ଦୁର୍ବ୍ୟବହାର ଓ ମାରପିଟ୍ କରିଥିବା ନେଇ ସ୍ୱାତୀ ପୋଲିସରେ ଅଭିଯୋଗ କରିଥିଲେ ।

ଦିଲ୍ଲୀ ପୋଲିସ ସ୍ୱାତୀ ମାଲିୱାଲଙ୍କୁ ଭେଟି ତାଙ୍କ ଠାରୁ ଘଟଣା ବିଷୟରେ ତଥ୍ୟ ସଂଗ୍ରହ କରିଥିଲେ । ପରବର୍ତ୍ତୀ ସମୟରେ ବୈଭବ କୁମାରଙ୍କ ବିରୁଦ୍ଧରେ ଜାମିନୀବିହୀନ ଧାରା ସହିତ ଆଇପିସିର ଅନ୍ୟ ଧାରା ଜରିଆରେ ମାମଲା ରୁଜୁ କରାଯାଇଥିଲା । ଏଫଆଇଆର୍ ଦାଖଲ ହେବା ପରେ ପୋଲିସ ବୈଭବ କୁମାରଙ୍କ ତଲାସରେ ଲାଗି ପଡିଥିଲା । ଆଜି ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରୁ ହିଁ ବୈଭବ କୁମାରଙ୍କୁ ଗିରଫ କରିଛି । ତେବେ ସୁରକ୍ଷା କାରଣରୁ ପୋଲିସ ବୈଭବ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ବାସଭବନର ପଛ ଦ୍ୱାରବାଟେ ଗିରଫ କରି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା