ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଦୁର୍ବ୍ୟବହାର ମାମଲା, ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପିଏସ ଗିରଫ । ପିଏସ ବୈଭବ କୁମାରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ । ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଦୁର୍ବ୍ୟବହାର ଓ ମାରପିଟ୍ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପିଏସ ବିଭବ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ମାଲିୱାଲ ମେ’ ୧୩ ତାରିଖରେ କେଜ୍ରିୱାଲଙ୍କୁ ଭେଟିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ । ସେଠାରେ କେଜ୍ରିୱାଲଙ୍କ ପିଏସ ବୈଭବ କୁମାର ତାଙ୍କ ସହ ଦୁର୍ବ୍ୟବହାର ଓ ମାରପିଟ୍ କରିଥିବା ନେଇ ସ୍ୱାତୀ ପୋଲିସରେ ଅଭିଯୋଗ କରିଥିଲେ ।

ଦିଲ୍ଲୀ ପୋଲିସ ସ୍ୱାତୀ ମାଲିୱାଲଙ୍କୁ ଭେଟି ତାଙ୍କ ଠାରୁ ଘଟଣା ବିଷୟରେ ତଥ୍ୟ ସଂଗ୍ରହ କରିଥିଲେ । ପରବର୍ତ୍ତୀ ସମୟରେ ବୈଭବ କୁମାରଙ୍କ ବିରୁଦ୍ଧରେ ଜାମିନୀବିହୀନ ଧାରା ସହିତ ଆଇପିସିର ଅନ୍ୟ ଧାରା ଜରିଆରେ ମାମଲା ରୁଜୁ କରାଯାଇଥିଲା । ଏଫଆଇଆର୍ ଦାଖଲ ହେବା ପରେ ପୋଲିସ ବୈଭବ କୁମାରଙ୍କ ତଲାସରେ ଲାଗି ପଡିଥିଲା । ଆଜି ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରୁ ହିଁ ବୈଭବ କୁମାରଙ୍କୁ ଗିରଫ କରିଛି । ତେବେ ସୁରକ୍ଷା କାରଣରୁ ପୋଲିସ ବୈଭବ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ବାସଭବନର ପଛ ଦ୍ୱାରବାଟେ ଗିରଫ କରି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!