Masthead

ସିବିଏସଇ ବୋର୍ଡ଼ ପରୀକ୍ଷାକୁ ନେଇ ବଡ଼ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସିବିଏସଇ ବୋର୍ଡ଼ ପରୀକ୍ଷାକୁ ନେଇ ହଟିବ ଦ୍ୱନ୍ଦ । କେବେ ହେବ ପରୀକ୍ଷା, ଆସନ୍ତା ୩୧ ତାରିଖ ସନ୍ଧ୍ୟା ୬ଟାରେ କରାଯିବ ଘୋଷଣା । ୨୦୨୧ ସିବିଏସଇ ବୋର୍ଡ଼ ପରୀକ୍ଷାକୁ ନେଇ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ଟୁଇଟ କରି ସେ ଲେଖିଛନ୍ତି, ଡ଼ିସେମ୍ବର ୩୧ ତାରିଖ ସନ୍ଧ୍ୟା ୬ଟାରେ ସିବିଏସଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାର ତାରିଖ ଘୋଷଣା କରାଯିବ ।

ଅନ୍ୟପଟେ ଗତ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଥିଲେ, ସିବିଏସଇ ବୋର୍ଡ଼ ପରୀକ୍ଷା ଜାନୁଆରୀ କିମ୍ବା ଫେବୃଆରୀ ୨୦୨୧ ସୁଦ୍ଧା ହେବ ନାହିଁ । କୋଭିଡ଼ କଟକଣା ଯୋଗୁଁ ସ୍କୁଲ ବନ୍ଦ ରହିଥିଲା ଓ ପିଲାଙ୍କ ପାଠ ପଢା ପ୍ରଭାବିତ ହୋଇଛି । ତେଣୁ ବିଚାର ବିମର୍ଶ କରିବା ପରେ ଚୂଡ଼ାନ୍ତ ନିଷ୍ପତି ନିଆଯିବ ବୋଲି କହିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ବର୍ତ୍ତମାନ ଡ଼ିସେମ୍ବର ୩୧ ତରିଖରେ ପରୀକ୍ଷା ତାରିଖ ଘୋଷଣା ନେଇ ମନ୍ତ୍ରୀଙ୍କ ଟୁଇଟ ଆସିବା ପରେ ବିଚାର ବିମର୍ଶ କରି ନିଷ୍ପତି ନିଆଯାଇଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା