Masthead

ଲିଫ୍ଟ ମାଗି ସୁଟିଂ ସେଟକୁ ଗଲେ ବିଗ୍‌-ବି

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବାଇକ୍‌ରେ ବସି ସୁଟିଂ ସେଟ୍‌କୁ ଗଲେ ଅମିତାଭ୍‌ । ଲିଫ୍ଟ ମାଗି ସୁଟିଂ ସେଟକୁ ଗଲେ ବିଗ୍‌-ବି ଅମିତାଭ ବଚ୍ଚନ ।‘ପ୍ରୋଜେକ୍ଟ କେ’ର ସୁଟିଂ ପାଇଁ ଯିବାବେଳେ ତାଙ୍କ ଗାଡ଼ି ଟ୍ରାଫିକରେ ଫସି ରହିଥିଲା । ଅମିତାଭ ବଚ୍ଚନ ନିଜର ନିଖୁଣ ଅଭିନୟ ପାଇଁ ବିଗ୍‌-ବି ଯେତିକି ଜଣାଶୁଣା ତାଙ୍କର ବ୍ୟବହାର ଓ ସମାୟାନୁବର୍ତ୍ତୀତା ପାଇଁ ସେ ସେତିକି ପରିଚିତ । ବିଗ୍‌-ବି ଅମିତାଭ ବଚ୍ଚନ କୌଣସି ସ୍ଥାନକୁ ବିଳମ୍ବରେ ପହଞ୍ଚିବାକୁ ପସନ୍ଦ କରନ୍ତି ନାହିଁ । ଏମିତି କି ନିଜର ଫିଲ୍ମୁ ସୁଟିଂ ସେଟ୍‌କୁ ତ ଜମାବି ନୁହେଁ । ନିକଟରେ ଅମିତାଭ ତାଙ୍କ ସୁଟିଂ ପାଇଁ ଯିବା ସମୟରେ ଟ୍ରାଫିକ୍‌ ଜାମ୍‌ ହୋଇଥିଲା । ଆଉ ସେଥିପାଇଁ ଅମିତାଭଙ୍କୁ ଅଟକିବାକୁ ପଡ଼ିଥିଲା । ପ୍ରବଳ ଟ୍ରାଫିକ୍‌ ଜାମ୍‌ ହେତୁ ତାଙ୍କ କାର୍‌ ଆଗକୁ ବଢ଼ିବାରେ ସକ୍ଷମ ହୋଇପାରିନଥିଲା । ଫଳରେ ସେ ଏକ ଯୁବକଙ୍କୁ ଲିଫ୍ଟ ମାଗିବା ସହ ତାଙ୍କ ବାଇକ୍‌ରେ ଯାଇ ସୁଟିଂ ସେଟ୍‌ରେ ପହଞ୍ଚିଥିଲେ । ପରେ ତାଙ୍କୁ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଧନ୍ୟବାଦ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି