Masthead

ଆଜି କେଉଁ ଜାଗାରୁ କେତେ ଟଙ୍କାର ବାଣ ଜବତ ହେଲା ପଢ଼ନ୍ତୁ ପୁରା ଖବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ବାଣ ବିକ୍ରି ଓ ଫୁଟାଇବା ଉପରେ ସରକାର କଟକଣା ଜାରି କରିଛନ୍ତି । ହେଲେ କିଛି ଅସାଧୁ ବ୍ୟବସାୟୀ ଚୋରାରେ ବାଣ ବେପାର ଚଳାଉଥିବା ବେଳେ ତତ୍ପର ହୋଇଛି ପ୍ରଶାସନ । ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ପ୍ରଶାସନ ବିପୁଳ ବାଣ ଜବତ କରିଛି ।


ଯାଜପୁର ସହର ବାଲିପଡ଼ା ଛକରେ ଚୋରା ବାଣ ଦୋକାନରେ ଚଢ଼ାଉ କରି ପୋଲିସ ବିପୁଳ ବାଣ ଜବତ କରିଛି । ଯାଜପୁର ଥାନା ଅଧିକାରୀ ମାନସ ରଞ୍ଜନ ସାହୁଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ାଉ କରିଥିଲା । ନବରଙ୍ଗପୁର ଜିଲ୍ଲା ଉମରକୋଟ ପୋଲିସ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି । ଦୁଇ ବ୍ୟବସାୟୀଙ୍କୁ ଗିରଫ କରିବା ସହ ଲକ୍ଷାଧିକ ଟଙ୍କାର ବାଣ ଜବତ କରାଯାଇଛି ।


ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ପୋଲିସ ବି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି । ବେଗୁନିଆ ଥାନାର ଭାରପ୍ରାପ୍ତ ଅଧିକାରୀ ରଶ୍ମିରଞ୍ଜନ ସାହୁଙ୍କ ନେତୃତ୍ୱରେ ଗଠିତ ଟିମ୍ ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ମକୁନ୍ଦପୁର ଗ୍ରାମର କାଶୀନାଥ ମହାପାତ୍ରଙ୍କ ଘରେ ଚଢ଼ାଉ କରିଥିଲେ। ତାଙ୍କ ଘରୁ ବାଣ ଜବତ କରିବା ସହ କାଶୀନାଥଙ୍କୁ ଗିରଫ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା