Masthead

ଜମ୍ମୁ କାଶ୍ମୀରରେ ସଫା ହେବେ ଆତଙ୍କବାଦୀ ବୈଠକ ଡାକିଲେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜମ୍ମୁକାଶ୍ମୀରରେ ଜୋରଦାର ହେବ ଆତଙ୍କୀ ନିପାତ ଅଭିଯାନ । ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆତଙ୍କୀ ହମଲା ଓ ଅମରନାଥ ଯାତ୍ରା ସୁରକ୍ଷାକୁ ନେଇ ବସିଛି ଉଚ୍ଚସ୍ତରୀୟ ବୈଠକ । ଏହି ବୈଠକରେ ଜମ୍ମୁ କଶ୍ମୀର ଉପରାଜ୍ୟପାଳ, ଏନଏସଏ ମୁଖ୍ୟ ଅଜିତ ଡୋଭାଲ, ଗୃହ ସଚିବ, ଆଇବି ଚିଫ୍, ର’ ଚିଫ୍, ଏଆଇଏ ଡିଜି, ସମସ୍ତ ଅର୍ଦ୍ଧସାମରିକ ବଳର ଡିଜି, ସ୍ଥଳସେନା ଓ ବାୟୁସେନାର ମୁଖ୍ୟ ଓ ଅଧିକାରୀ ଯୋଗ ଦେଇଛନ୍ତି । ଏମାନଙ୍କ ସହ ମିଶି ଘାଟିରୁ ଆତଙ୍କବାଦକୁ ସଫା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବେ ଗୃହମନ୍ତ୍ରୀ। ଏହି ବୈଠକରେ ଉପତ୍ୟକାରେ ଆତଙ୍କବାଦ ବିରୋଧୀ କାର୍ୟ୍ୟକୁ ଜୋରଦାର କରିବାକୁ ସୁରକ୍ଷା ବାହିନୀ ଏବଂ ସାମରିକ ଅଧିକାରୀମାନଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇପାରେ।

ଜମ୍ମୁ କଶ୍ମୀରରେ ସୁରକ୍ଷା ସ୍ଥିତି, ଆନ୍ତର୍ଜାତୀୟ ସୀମା ଏବଂ ସୀମାରେଖାରେ ସୁରକ୍ଷାବଳଙ୍କ ନିଯୁକ୍ତି ତଥା ଅନୁପ୍ରବେଶ ଉଦ୍ୟମକୁ ରୋକିବା ପାଇଁ ଅମିତ ଶାହ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିବେ। ଗତ ମେ ମାସ ୨୯ ତାରିଖରୁ ଅମରନାଥ ତୀର୍ଥଯାତ୍ରା ପାଇଁ ପ୍ରସ୍ତୁତି ଏବଂ ଭକ୍ତମାନଙ୍କୁ ଦିଆଯାଇଥିବା ସୁରକ୍ଷା ବ୍ୟବସ୍ଥା ଉପରେ ମଧ୍ୟ କେନ୍ଦ୍ର ଗୃହମନ୍ତ୍ରୀ ସମୀକ୍ଷା କରିବେ। ଏଥିସହ ଅମରନାଥ ଯାତ୍ରାରେ କଡା ସୁରକ୍ଷା ସହ ଆବଶ୍ୟକ ଯାଞ୍ଚ ବ୍ୟବସ୍ଥା କରାଯିବ। ଅମରନାଥ ଯାତ୍ରାର ରୁଟରେ ଯେପରି କୌଣସି ସମସ୍ୟା ନସୃଷ୍ଟି ହୁଏ ସେଥିପ୍ରତି ମଧ୍ୟ ଏଆଇ କଡ଼ା ନଜର ରଖିବ ବୋଲି ଜଣାପଡିଛି। ଗତ ସପ୍ତାହରେ ଜମ୍ମୁ କଶ୍ମୀରର ରିୟାସି ଜିଲ୍ଲାରେ ଆତଙ୍କବାଦୀମାନେ ଏକ ତୀର୍ଥଯାତ୍ରୀ ବସ୍ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୧୦ ଜଣ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେ ପରେ ଆତଙ୍କବାଦୀମାନେ କାଠୁଆ ଏବଂ ଡୋଡା ଜିଲ୍ଲାର ଚାରୋଟି ଭିନ୍ନ ଭିନ୍ନ ସ୍ଥାନ ଉପରେ ମଧ୍ୟ ଆକ୍ରମଣ କରିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ