Masthead

 ଦିଲ୍ଲୀ ଟେଷ୍ଟରେ ଅଷ୍ଟ୍ରେଲିଆକୁ ବଡ ଝଟକା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଟେଷ୍ଟରେ ଅଷ୍ଟ୍ରେଲିଆକୁ ବଡ ଝଟକା । ବାଦ୍ ପଡିଲେ ଡେଭିଡ୍ ୱାର୍ଣ୍ଣର । ଦିଲ୍ଲୀରେ ଚାଲିଛି ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ । ଆଜି ହେଉଛି ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନ ଆରମ୍ଭ ହେବା ପୂର୍ବରୁ ଅଷ୍ଟ୍ରେଲିଆ ଟିମକୁ ଲାଗିଛି ବଡ ଝଟକା । ଦଳର ଷ୍ଟାର ଓପନର ଡେଭିଡ୍ ୱାର୍ଣ୍ଣର ଆହତ ହୋଇ ଏହି ମ୍ୟାଚରୁ ବାଦ୍ ପଡିଛନ୍ତି । ତାଙ୍କ ବଦଳରେ ରେନଶାଙ୍କୁ ଦଳରେ ସାମିଲ କରିଛି ଅଷ୍ଟ୍ରେଲିଆ ଟିମ୍ ।

ଶୁକ୍ରବାର ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ମାତ୍ର ୧୫ ରନ୍ କରିବାକୁ ସକ୍ଷମ ହୋଇଥିଲେ ଡେଭିଡ୍ ୱାର୍ଣ୍ଣର । ଏହି ସମୟରେ ଭାରତୀୟ ବୋଲରଙ୍କ ଗୋଟିଏ ବଲ୍ ତାଙ୍କ ହେଲମେଟରେ ବାଜିଥିଲା । ଏହାପରେ ସେ ଅସୁସ୍ଥ ଅନୁଭବ କରିଥିଲେ । ତେବେ ଏହାପରେ ତାଙ୍କୁ ଦ୍ୱିତୀୟ ଟେଷ୍ଟରୁ ବାଦ୍ ଦିଆଯିବା ସହିତ, ବଦଳ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି ।ଶନିବାର ପରୀକ୍ଷା ପରେ ଜଣାପଡିଥିଲା ଯେ, ୱାର୍ଣ୍ଣର ମ୍ୟାଚ୍ ଖେଳିବାକୁ ସମ୍ପୂର୍ଣ୍ଣ ଭାବେ ଫିଟ୍ ନାହାଁନ୍ତି । ତେଣୁ ବାଧ୍ୟ ହୋଇ ତାଙ୍କୁ ଦ୍ୱିତୀୟ ଟେଷ୍ଟରୁ ବାଦ୍ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ