Masthead

ଭାରତୀୟଙ୍କ ବୟକଟ୍‌ ଟ୍ରେଣ୍ଡ ପରେ ୩ ଦିନରେ କ୍ଷତି ୧୦୦ କୋଟି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍ଷାଦ୍ୱୀପ ଗସ୍ତକୁ ନେଇ ବିବାଦ ମଧ୍ୟରେ ମାଲଦ୍ୱୀପ ଚାଇନାରୁ ଅଧିକ ପର୍ୟ୍ୟଟକ ପଠାଇବାକୁ ଅନୁରୋଧ କରିଛି। ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ତାଙ୍କ ଦେଶକୁ ଯଥାସମ୍ଭବ ପର୍ୟ୍ୟଟକ ପଠାଇବାକୁ ଚେଷ୍ଟା କରିବାକୁ ନିବେଦନ କରିଛନ୍ତି। ଫୁଜିଆନ ପ୍ରଦେଶରେ ଆୟୋଜିତ ମାଳଦ୍ୱୀପ ବ୍ୟବସାୟ ଫୋରମରେ ରାଷ୍ଟ୍ରପତି ମୋଇଜୁ ଏହି କଥା କହିଛନ୍ତି। ସେ କହିଛନ୍ତି କରୋନା ମହାମାରୀ ପୂର୍ବରୁ ଚାଇନା ଆମ ପାଇଁ ସବୁଠୁ ବଡ ବଜାର ଥିଲା। ତେଣୁ ଆମର ଅନୁରୋଧ ହେଉଛି ଚାଇନା ସହିତ ପୂର୍ବ ସ୍ଥିତିକୁ ଫେରିବା ପାଇଁ ଆମେ ପୁଣି ଥରେ ଚେଷ୍ଟା କରିବୁ।

ଏହି ସମୟରେ ମାଳଦ୍ୱୀପରେ ଏକ ସମନ୍ବିତ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଦୁଇ ଦେଶ ମଧ୍ୟରେ ୫୦ମିଲିୟନ ଆମେରିକୀୟ ଡଲାରର ଏକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହୋଇଥିଲା। ଭାରତ ସହିତ କୂଟନୈତିକ ତିକ୍ତତା ସମୟରେ ଚାଇନା ଏବଂ ମାଳଦ୍ୱୀପ ମଧ୍ୟରେ ଥିବା ଏହ ବନ୍ଧୁତା ଦେଖିବାକୁ ମିଳିଥିଲା ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଷୟରେ କିଛି ମାଳଦ୍ୱୀପ ମନ୍ତ୍ରୀଙ୍କ ଆପତ୍ତିଜନକ ମନ୍ତବ୍ୟ ପରେ ସୃଷ୍ଟି ହୋଇଥିଲା। ସେପଟେ ମାଳଦ୍ୱୀପକୁ ଅନେକ ଫ୍ଲାଇଟ୍ ଏବଂ ହୋଟେଲ୍ ବୁକିଂ କ୍ୟାନସଲ୍ ।

୧୦ ହଜାର ୫୦୦ରୁ ଅଧିକ ହୋଟେଲ୍ ବୁକିଂ କ୍ୟାନସଲ୍ କରିଛନ୍ତି ଭାରତୀୟ । ୫୫୦୦ରୁ ଅଧିକ ଫ୍ଲାଇଟ୍ ଟିକେଟ୍ ମଧ୍ୟ ବାତିଲ୍ ହୋଇଛି । ମାଳଦ୍ୱୀପର ପ୍ରମୁଖ ଆୟ ପର୍ଯ୍ୟଟନରୁ ହିଁ ଆସିଥାଏ । ଏବେସୁଦ୍ଧା ଗତ ୩ ଦିନରେ ୧୦୦ କୋଟି ଟଙ୍କାର କ୍ଷତି ହେଲାଣି । ଏକାଧିକ ଟ୍ରାଭେଲ୍ କଂପାନୀ ସେମାନଙ୍କର ପ୍ୟାକେଜ୍ ବାତିଲ କରିଛନ୍ତି । ମାଳଦ୍ବୀପ ହୋଟେଲ ଆସୋସିଏସନ୍ ପକ୍ଷରୁ ମେକ୍ ମାଇଁ ଟ୍ରିପକୁ ଲେଖାଯାଇଛି ଚିଠି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା