Masthead

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଏକରକମ ବିଗୁଲ ବାଜିଲାଣି । ଫେବ୍ରୁଆରୀ ୧୨ରୁ ଆରମ୍ଭ ହୋଇପାରେ ପଞ୍ଚାୟତ ଭୋଟ । ୫ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ତାଲିକା ସ୍ଥିର ହୋଇଥିବା ଜଣାପଡିଛି । ମାର୍ଚ୍ଚ ୫ ସୁଦ୍ଧା ଫଳ ପ୍ରକାଶ ସହ ନୂଆ ଲୋକ ପ୍ରତିନିଧି ଦାୟିତ୍ୱ ଗ୍ରହଣ କରିବେ । ତେବେ କେଉଁ ତାରିଖରେ ଭୋଟ୍ ହେବ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ନିର୍ବାଚନ କମିଶନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୮ରେ ପଞ୍ଚାୟତ ଓ ପଞ୍ଚାୟତ ସମତି ପଦବୀ ପାଇଁ ପ୍ରାଥମିକ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ ।

୨୬ରେ ଜାରି ହେବ ଚୂଡ଼ାନ୍ତ ତାଲିକା । ସେହିଭଳି ଜିଲ୍ଲା ପରିଷଦ ପଦବି ପାଇଁ ୮ ରେ ଚିଠା ସଂରକ୍ଷଣ ତାଲିକା ଓ ୩୦ରେ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ୧୬ରେ ଚିଠା ଏବଂ ୨୬ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଏଥିପାଇଁ ପ୍ରସ୍ତୁତି ତ୍ୱରିତ କରିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ଆସନ୍ତା ୨୦୨୨ ମାର୍ଚ୍ଚ ୫ ରେ ଚଳିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର କାର୍ଯ୍ୟକାଳ ଶେଷ ହେବ । ତେଣୁ ନିୟମ ଅନୁସାରେ ତା’ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସାରିବାକୁ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି ।

ଏଥିପାଇଁ ସରକାରୀ ପ୍ରସ୍ତୁତି ଜୋର ଧରିଛି ଚଳିତ ଅକ୍ଟୋବର ୩୦ ସୁଦ୍ଧା ସଂରକ୍ଷଣ ପ୍ରକିୟା ଚୂଡ଼ାନ୍ତ ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ହସ୍ତାନ୍ତର କରାଯିବ । ୱାର୍ଡମେମ୍ବର, ସରପଞ୍ଚ, ସମତିସଭ୍ୟ ଓ ବ୍ଲକ ଅଧ୍ୟକ୍ଷ ପଦ ପାଇଁ ୮ରେ ଚିଠା ତାଲିକା ପ୍ରକାଶ ପରେ ୧୬ ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ । ୨୧ ସୁଦ୍ଧା ସଂରକ୍ଷଣ ନେଇ ଅଭିଯୋଗ ଉପରେ ଶୁଣାଣି ପରେ ୨୬ରେ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶନ ସହ ନିର୍ବାଚନ କମିଶନଙ୍କୁ ହସ୍ତାନ୍ତର କରାଯିବ ।

ସେହିଭଳି ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ପଦବିର ସଂରକ୍ଷଣ ଚିଠା ତାଲିକା ୮ରେ ସର୍ବସାଧାରଣଙ୍କ ଅବଗତି ପାଇଁ ଜାରି ହେବ । ଏ ତାଲିକା ଉପରେ ସାଧାରଣରୁ ୧୮ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ୨୨ ସୁଦ୍ଧା ଜିଲ୍ଲାପାଳ ଶୁଣାଣି କରି ଫଏସଲା କରିବେ । ୨୯ରେ ସରକାରୀ ଅନୁମୋଦନ ପରେ ୩୦ରେ ଚୂଡ଼ାନ୍ତ ତାଲିକା କମିଶନଙ୍କ ନିକଟରେ ସକାର ଦାଖଲ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ବିହାରରେ ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ବିହାରରେ ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ