Masthead

ବିହାର: ଆଜି ଶପଥ ନେବେ ୧୪ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିହାରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଅପରାହ୍ନ ସାଢ଼େ ୪ଟାରେ ଶପଥ ନେବେ ନୀତୀଶ କୁମାର । ସପ୍ତମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନୀତୀଶ । ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ୍ ଶାହ। ଆଜି ମୋଟ୍ ୧୪ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି ବୋଲି ସୂଚନା ରହିଛି । ବିଜେପିରୁ ୭, ଜେଡିୟୁରୁ ୫, ହିନ୍ଦୁସ୍ଥାନ ଆୱାମ୍ ମୋର୍ଚ୍ଚାରୁ ଜଣେ ଏବଂ ଭିଆଇପିରୁ ଜଣେ ଲେଖାଏଁ ମନ୍ତ୍ରୀ ଶପଥ ନେଇପାରନ୍ତି । ବିଜେପିର ତାରକିଶୋର ପ୍ରସାଦ ଏବଂ ରେଣୁ ଦେବୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ବିଜେପିର ମଙ୍ଗଲ ପାଣ୍ଡେୟ, ରାମପ୍ରୀତ ପାଶୱାନ, ରାମସୁରତ ରାୟ, ଜୀବେଶ ମିଶ୍ର ଏବଂ ଅମରେନ୍ଦ୍ର ପ୍ରସାଦ ସିଂ ମନ୍ତ୍ରୀ ହୋଇପାରନ୍ତି । ଜେଡିୟୁରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ବିଜେନ୍ଦ୍ର ଯାଦବ, ଅଶୋକ ଚୌଧୁରୀ, ବିଜୟ ଚୌଧୁରୀ ଏବଂ ଶୀଲା ମଣ୍ଡଲ ମନ୍ତ୍ରୀ ହେବା ସମ୍ଭାବନା ରହିଛି। ହିନ୍ଦୁସ୍ଥାନ ଆୱାମ୍ ମୋର୍ଚ୍ଚାରୁ ସନ୍ତୋଷ ସୁମନ ଏବଂ ଭିଆଇପିରୁ ମୁକେଶ ସହଣୀ ମନ୍ତ୍ରୀ ହୋଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ