Masthead

ବିହାର ଫଳାଫଳ ପୂର୍ବରୁ କଂଗ୍ରେସର ଷ୍ଟ୍ରାଟେଜି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ସରିଛି ହାଇଭୋଲଟେଜ୍ ବିହାର ନିର୍ବାଚନ। ଏହାରି ଭିତରେ ଏକଜିଟ୍ ପୋଲର ଫଳାଫଳ ମଧ୍ୟ ସାମ୍ନାକୁ ଆସିଛି। ହତ୍ଚକିତ କରିଛି ବିଭିନ୍ନ ସଂସ୍ଥାର ସର୍ଭେ ରିପୋର୍ଟ। ଏକଜିଟ୍ ପୋଲର ଆକଳନ ଯଦି ସତ ହୁଏ ତାହେଲେ ମହାଗଠବନ୍ଧନ ଏଥର ବିହାର ରାଜନୈତିକ ଗାଦି ହାତେଇବ। ପୂର୍ବ ଘୋଷଣା ଅନୁସାରେ ମୁଖ୍ୟମନ୍ତ୍ରୀ ହେବେ ଆରଜେଡି ମୁଖ୍ୟ ତେଜସ୍ୱୀ ଯାଦବ। ତେଜସ୍ୱୀ ଗାଦିରେ ବସିବା ପରେ ମହାଗଠବନ୍ଧନର ଅଂଶୀଦାର କଂଗ୍ରେସକୁ ବଡ଼ ସଫଳତା ମିଳିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।

ସେପଟେ ଏହାକୁ ନେଇ ନିଜର ରାଜନୈତିକ ଗୋଟି ଚଳାଇଛି କଂଗ୍ରେସ। ଏଥିପାଇଁ କଂଗ୍ରେସ ହାଇକମାଣ୍ଡ ୨ଜଣଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି । ଦଳର ମୁଖପାତ୍ର ରଣଦୀପ ସୁରଜେୱାଲା ଓ ଅବିନାଶ ପାଣ୍ଡେଙ୍କୁ ବିହାର ପର୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ସୋନିଆ ଗାନ୍ଧୀ। ଏହି ଦୁଇ ନେତା ବିହାରରେ ପହଞ୍ଚି ସେଠାକାର ସ୍ଥିତି ଅନୁଧ୍ୟାନ କରିବେ। ତା’ପରେ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ। ଚୂଡ଼ାନ୍ତ ନିଷ୍ପତ୍ତି ପରେ ଆଗାମୀ ରଣକୌଶଳ ପ୍ରସ୍ତୁତ କରିବ ଦଳ। ଶନିବାର ତୃତୀୟ ପର୍ୟ୍ୟାୟ ଭୋଟ ଗ୍ରହଣ ହୋଇଥିବା ବେଳେ ୧୦ରେ ଫଳାଫଳ ପ୍ରକାଶ ପାଇବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ