Masthead

ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୯ ମୃତ

ବିହାର (ବଡ଼ ଖବର ବ୍ୟୁରୋ): ବିହାର କଇମୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୯ଜଣଙ୍କ ମୃତୁ୍ୟ । ଡିଭାଇଟର ପାର୍ ହୋଇ କଣ୍ଟେନରକୁ ଧକ୍କା ଦେଲା କାର୍ । କାରଟି ଶଶାରାମରୁ ବାରଣାସୀ ଯିବା ବେଳେ ଦୁର୍ଘଟଣା । ମୋହନିଆରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା ।

ଖବର ପାଇ ପୋଲିସ ଓ ଏନ୍‌ଏଚ୍‌ଏଆଇ ଦଳ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରେ ଫସି ରହିଥିବା ମୃତଦେହକୁ ବାହାର କରି ଚିହ୍ନଟ କରିଥିଲେ । ମୋହନିଆ ଡିଏସପି ଦିଲୀପ କୁମାରଙ୍କ କହିବାନୁଯାୟୀ ରବିବାର ସନ୍ଧ୍ୟା ପ୍ରାୟ ୭ଟା ପାଖାପାଖି ସଡ଼କ ଦୁର୍ଘଟଣା ହୋଇଥିଲା । ଏନ୍‌ଏଚ୍ ୨ ଦେବକଲି ନିକଟରେ ଏକ ସ୍କର୍ପିଓ ବାଇକକୁ ଧକ୍କା ଦେଇଥିଲା । ସ୍କର୍ପିଓରେ ମୋଟ୍ ୮ ଜଣ ଯାତ୍ରୀଙ୍କ ସହ ବାଇକ୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା ।

ପରେ ଖବର ପାଇ ମୋହନିଆ ଥାନା ଦଳ ଏବଂ ଏନ୍‌ଏଚ୍‌ଏଆଇ ଦଳ ସ୍କର୍ପିଓରେ ଫସିଥିବା ଶବ ଗୁଡ଼ିକୁ ବାହାର କରିଥିଲେ ଏବଂ ପୋଷ୍ଟମର୍ଟମ ପାଇଁ ଭଭୁଆ ସଦର ହସ୍ପିଟାଲ ପଠାଇଥିଲେ । ତେବେ ଏହି ଘଟଣାକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କୁ ଏହି ଦୁଃଖ ସମୟରେ ଶକ୍ତି ପ୍ରଦାନ କରିବା ନେଇ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ