Masthead

ବିହାରରେ ଟ୍ରେନ୍ ଦୁର୍ଘଟଣା; ୨୧ ବଗି ଲାଇନଚ୍ୟୁତ, ୪ ମୃତ, ୧୦୦ରୁ ଊର୍ଦ୍ଧ୍ୱ ଆହତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିହାର ବକ୍ସର ଜିଲ୍ଲାରେ ଟ୍ରେନ୍ ଦୁର୍ଘଟଣା । ଟ୍ରେନ୍ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି । । ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନ୍‌ ନିକଟରେ ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସ୍‌ର ୨୧ଟି ବଗି ଲାଇନଚ୍ୟୁତ । ରାତି ପ୍ରାୟ ୯ଟା ୩୫ ମିନିଟ୍‌ରେ ଘଟିଛି ଏହି ଦୁର୍ଘଟଣା । ଟ୍ରେନ୍‌ଟି ଦିଲ୍ଲୀରୁ କାମାକ୍ଷା ଅଭିମୁଖେ ଯାଉଥିଲା ।

ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଛନ୍ତି । ୨୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ପାଟନା ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ରେଳବାଇ ଅଧିକାରୀ, ଏନଡିଆର ଏଫ, ଏସଡିଆର ଏଫ, ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଅଧ‌ିବାସୀଙ୍କ ସହାୟତାରେ ଉଦ୍ଧାରକାର୍ୟ୍ୟ ଜାରି ରଖିଛନ୍ତି । ରାତିରେ ଅନ୍ଧାର ଯୋଗୁଁ ଉଦ୍ଧାରକାର୍ୟ୍ୟରେ ସମସ୍ୟା ସୃଷ୍ଟି ହୋଇଥିଲା । ଟର୍ଚ୍ଚ ଲାଇଟ୍ ମାଧ୍ୟମରେ ବଗିରେ ଫସିଥିବା ଲୋକଙ୍କୁ ଦେଖ୍ ବାହାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ