Masthead

ବିଜୟର ପର୍ବ ବିଜୟା ଦଶମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜୟାଦଶମୀ । ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ ବିଜୟା ଦଶମୀ। ଏଥିପାଇଁ ସାରା ରାଜ୍ୟ ଉତ୍ସବମୁଖର। ରାଜ୍ୟର ସମସ୍ତ ପୂଜା ମଣ୍ଡପଗୁଡ଼ିକ ଚଳଚଞ୍ଚଳ ରହିଛି। ମନ୍ତ୍ରପାଠ ଓ ପୂଜାର୍ଚ୍ଚନାରେ କମ୍ପୁଛି ପୂଜା ମଣ୍ଡପ। ସକାଳୁ ସକାଳୁ ଶ୍ରଦ୍ଧାଳୁ ମଧ୍ୟ ମଣ୍ଡପ ନିକଟରେ ଲାଇନ ଲଗାଇଛନ୍ତି। ଆଜି କିଛି ପୂଜା ମଣ୍ଡପରେ ସିନ୍ଦୁର ଖେଳ ପରମ୍ପରା ମଧ୍ୟ ରହିଛି। ମେଲାଣି ନେବା ଆଗରୁ ଦଶମୀରେ ମା’ଙ୍କ ଦିବ୍ୟ ରୂପ ଦେଖିବାକୁ ଭକ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି।

ରୀତିନୀତି ମୁତାବକ ବିଜୟା ଦଶମୀରେ ମା’ଙ୍କ ପଞ୍ଚ ଉପଚାର ପୂଜା ଓ ଏହାପରେ ଅପରାଜିତା ପୂଜା ହେବାର ପରମ୍ପରା ରହିଛି। ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି । ଭୁବନେଶ୍ୱର ମଣ୍ଡପ ଗୁଡିକରେ ସୁଉଚ୍ଚ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି । ବିଜୟାଦଶମୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଅନେକ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ବିଜୟାଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଦୁର୍ଗା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି । ଟ୍ବିନ ସିଟି କଟକ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପ ମାନଙ୍କରେ ବେଶ ଭିଡ଼ ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ