Masthead

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଦଳିବନି ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଦଳିବନି ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ । ଏନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ । ରାଜ୍ୟ ପ୍ରତି ବିଜୁ ପଟ୍ଟନାୟକଙ୍କ ଅନେକ ଅବଦାନ ରହିଛି। ମୋ ସରକାର ବରପୁତ୍ରଙ୍କୁ ସମ୍ମାନ ଦିଏ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଶନିବାର କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାମରେ ନାମିତ ହେବ ବୋଲି କୁହାଯାଇଥିଲା।

ଏଥି ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଏହି ସମ୍ମାନକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ମଧ୍ୟ ଜାରି କରାଯାଇଥିଲା। ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଅମଳରେ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା। ସେ ଏହି ପୁରସ୍କାର ତାଙ୍କ ପିତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଥିଲେ। ପ୍ରତିବର୍ଷ ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସରେ ଏହି ପୁରସ୍କାର ପ୍ରଦାନ କରାଯାଏ। ମୋଟ ୫ଟି ବର୍ଗରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ