Masthead

ବିଲାୱଲ ଭୁଟ୍ଟୋ ଆତଙ୍କବାଦର ମୁଖପାତ୍ର: ଏସ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଆତଙ୍କବାଦର ମୁଖପାତ୍ର ବୋଲି ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଆତଙ୍କ ଭିଆଉଥିବା ଅପରାଧୀ ଓ ପୀଡ଼ିତ କେବେ ହେଲେ ଆତଙ୍କବାଦ ରୋକିବା ନେଇ କରାଯାଉଥିବା ଆଲୋଚନାରେ ଏକାଠି ବସି ଭାଗ ନେଇପାରିବେ ନାହିଁ। ଏସସିଓ ସମ୍ମିଳନୀରେ ମୁହାଁମୁହିଁ ହୋଇଛନ୍ତି ଭାରତ ଓ ପାକିସ୍ତାନ । ଭାରତ ଆତଙ୍କବାଦ ପ୍ରସଙ୍ଗ ଉଠାଇ ପରୋକ୍ଷରେ ପାକିସ୍ତାନ ଉପରେ ପ୍ରବଳ ବର୍ଷିଛନ୍ତି ଭାରତୀୟ ବୈଦେଶିକମନ୍ତ୍ରୀ ଏସ ଜୟଶଙ୍କର । ଆତଙ୍କବାଦ ବିରୋଧରେ ଲଢେଇ ପାଇଁ ଏସସିଓ ରାଷ୍ଟ୍ରଙ୍କୁ ଅପିଲ କରିଛି ଭାରତ ।

ଭାରତ ଗସ୍ତରେ ଆସିଥିବା ପାକିସ୍ତାନର ବିଦେଶ ମନ୍ତ୍ରୀ ବିଲାୱଲ ଭୁଟ୍ଟୋଙ୍କୁ ଆତଙ୍କବାଦର ମୁଖପାତ୍ର ବୋଲି କହିଛନ୍ତି । ଆତଙ୍କବାଦକୁ ପାକିସ୍ତାନ ପ୍ରୋତ୍ସାହନ ଦେଉଥିବା କହିବା ସହ ସୀମାପାର ଆତଙ୍କବାଦ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ଜୟଶଙ୍କର । ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କର ଏସସିଓ ବୈଠକ ସମୟରେ ପାକିସ୍ତାନର ବିଦେଶ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଜରଦାରୀଙ୍କ ଉପସ୍ଥିତିରେ ପାକିସ୍ତାନକୁ ଭର୍ତ୍ସନା କରିଛନ୍ତି । ସେ କହିଛନ୍ତି ଯେ, ପାକିସ୍ତାନର ବିଶ୍ୱସନୀୟତା ଲଗାତାର ହ୍ରାସ ପାଉଛି । ସେପଟେ ବିଲାୱଲ ଭୁଟୋ କହିଛନ୍ତି କୁଟନୈତିକ ସ୍ୱାର୍ଥ ସାଧନ ପାଇଁ ଆତଙ୍କବାଦକୁ ଅସ୍ତ୍ର କରିବା ଉଚିତ୍ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ