Masthead

ଆସନ୍ତାକାଲି ସ୍ଥଳଭାଗ ଛୁଇଁବ ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାଡି ଆସୁଛି ବାତ୍ୟା ବିପର୍ଯ୍ୟୟ । ସମୁଦ୍ରରେ ବଳ ଗୋଟାଉଛି ବିପର୍ଯ୍ୟୟ । ପୋରବନ୍ଦରଠାରୁ ୩୩୦ କିଲୋମିଟର, ଦ୍ୱାରିକାଠାରୁ ୩୦୦ କିଲୋମିଟର ଦୂରରେ ରହିଛି ବାତ୍ୟା ବିପର୍ଯ୍ୟୟ । ଗୁଜରାଟରେ ବ୍ୟାପକ କ୍ଷତି ଘଟାଇବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ୩୭ ହଜାର ୮ଶହ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ସମୁଦ୍ର ଉପକୂଳଠାରୁ ୧୦ କିଲୋମିଟର ଦୂରରେ ଲୋକଙ୍କୁ ଅସ୍ଥାୟୀ ଶିବିରରେ ଥଇଥାନ କରାଯାଇଛି ।

ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟ ପ୍ରଧାନମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହ ସମ୍ଭାବ୍ୟ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । କେନ୍ଦ୍ର ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଗୁଜରାଟରେ ଏନଡିଆରଏଫ୍ର ୧୦ ୟୁନିଟ୍ ପହଞ୍ଚି ସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା