Masthead

ଆସନ୍ତାକାଲି ସ୍ଥଳଭାଗ ଛୁଇଁବ ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାଡି ଆସୁଛି ବାତ୍ୟା ବିପର୍ଯ୍ୟୟ । ସମୁଦ୍ରରେ ବଳ ଗୋଟାଉଛି ବିପର୍ଯ୍ୟୟ । ପୋରବନ୍ଦରଠାରୁ ୩୩୦ କିଲୋମିଟର, ଦ୍ୱାରିକାଠାରୁ ୩୦୦ କିଲୋମିଟର ଦୂରରେ ରହିଛି ବାତ୍ୟା ବିପର୍ଯ୍ୟୟ । ଗୁଜରାଟରେ ବ୍ୟାପକ କ୍ଷତି ଘଟାଇବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ୩୭ ହଜାର ୮ଶହ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ସମୁଦ୍ର ଉପକୂଳଠାରୁ ୧୦ କିଲୋମିଟର ଦୂରରେ ଲୋକଙ୍କୁ ଅସ୍ଥାୟୀ ଶିବିରରେ ଥଇଥାନ କରାଯାଇଛି ।

ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟ ପ୍ରଧାନମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହ ସମ୍ଭାବ୍ୟ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । କେନ୍ଦ୍ର ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଗୁଜରାଟରେ ଏନଡିଆରଏଫ୍ର ୧୦ ୟୁନିଟ୍ ପହଞ୍ଚି ସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ