Masthead

ଗଛରେ ଝୁଲୁଛି ଶବ

ବୀରମହାରାଜପୁର (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ନୂଆଁଗଡ଼ ଗାଁରେ ଏକ ଶବ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି । ମୃତକ ଲୋକ ଜଣକ ହେଲେ ନୂଆଁଗଡ଼ ଗାଁର ତରଣୀ ସେଠୀ (୪୫) । କିଛିଦିନ ହେବ ତରଣୀ ନିଖୋଜ ଥିବା ପରିବାର ଲୋକେ ବୀରମହାରାଜପୁର ଥାନାରେ ଅଭିଯୋଗ କରିଥିଲେ । ଗତକାଲି ଜଣେ ମଇଁଷି ଚରାଳି ଝୁଳନ୍ତା ମୃତଦେହକୁ ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ । ବୀରମହାରାଜପୁର ପୋଲିସ ଘଟଣା ସ୍ଥଳରେ ହଞ୍ଚି ଅନୁଧ୍ୟାନ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି । ମୃତ ତରଣୀ ତାଙ୍କ ଲୁଙ୍ଗିରେ ଆତ୍ମହତ୍ୟା କରିଥିବା ଦେଖିବାକୁ ଦେଖିବାକୁ ମିଳିଛି । ତାଙ୍କର ୨ ପୁଅ ଓ ତାଙ୍କ ସ୍ତ୍ରୀ ଅଛନ୍ତି । ପାରିବାରିକ କଳହକୁ ନେଇ ତରଣୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ