Masthead

ବିଷ୍ଣୁଦେବ ସାଏ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଷ୍ଣୁଦେବ ସାଏ ହେଲେ ଛତିଶଗଡ଼ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ନିଆଗଲା ନିଷ୍ପତ୍ତି । ବୈଠକରେ ବିଷ୍ଣୁଦେବ ସାଏଙ୍କ ନାଁ ଉପରେ ସହମତ ପ୍ରକାଶ କରିଥିଲେ ସମସ୍ତ ବିଧାୟକ । ନିର୍ବାଚନ ଫଳାଫଳ ବାହାରିବାର ୮ ଦିନ ପରେ ବିଜେପି କେନ୍ଦ୍ରୀୟ ନେତୃତ୍ୱ ବିଷ୍ଣୁଦେବଙ୍କ ନାମ ଘୋଷଣା କରିଛନ୍ତି । ବିଶେଷ ଭାବେ ଛତିଶଗଡ ମୁଖ୍ୟମନ୍ତ୍ରୀ ଦୌଡରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ଓ ଆଦିବାସୀ ନେତ୍ରୀ ରେଣୁକା ସିଂଙ୍କ ନାମ ଚର୍ଚ୍ଚା ହେଉଥିବା ବେଳେ ବିଜେପି ବିଷ୍ଣୁଦେବଙ୍କ ମୁଣ୍ଡରେ ସୁନା କଳସ ଢାଳିଛି । ୩ ରାଜ୍ୟ ପାଇଁ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ବିଜେପି ପର୍ଯ୍ୟବେକ୍ଷକ ନିୟୋଜିତ କରିଥିଲା । ତେବେ ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହୋଇଥିବା ବେଳେ ଖୁବଶୀଘ୍ର ହେବ ରାଜସ୍ଥାନ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ