ସମସ୍ତଙ୍କୁ ପଛରେ ପକାଇ ବାଜି ମାରିନେଇଛନ୍ତି ସନାତନ

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ସମସ୍ତଙ୍କୁ ପଛରେ ପକାଇ ବାଜି ମାରିନେଇଛନ୍ତି ସନାତନ । ବିଜେଡି ଟିକେଟ ହାତେଇବାରେ ସଫଳ ହୋଇଛନ୍ତି ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସିଟିଂ ଏମଏଲଏ ମିନାକ୍ଷୀ ମହାନ୍ତଙ୍କ ଟିକେଟ କାଟି ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ତାଙ୍କୁ ଚମ୍ପୁଆ ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିଛି । ଏ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କ ନାଁ ଘୋଷଣା କରିଵା ପରେ ଚମ୍ପୁଆ ନିର୍ବାଚନମଣ୍ଡଳିରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି ।

ବଡ଼ବିଲ, ଯୋଡ଼ା, ଚମ୍ପୁଆ ଆଦି ଅଞ୍ଚଳରେ ସନାତନଙ୍କ ସମର୍ଥକ ଉତ୍ସାହିତ ହୋଇ ସେଲିବ୍ରେସନ୍ କରିଛନ୍ତି । ବିଭିନ୍ନ ସ୍ଥାନରେ ବାଣ ଫୁଟାଇବା ସହ ପରସ୍ପରକୁ ମିଠା ଖୁଆଇ ନାରାବାଜି କରିଛନ୍ତି । ଆଗାମୀ ନିର୍ବାଚନରେ ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ବାଜି ମାତ୍ କରିବ ବୋଲି ସନାଙ୍କ ସମର୍ଥକ ଦୃଢକ୍ତି ପ୍ରକାଶ କହିଛନ୍ତି । ସେହିପରି ନବୀନଙ୍କ ବିକାଶ ଧାରାକୁ ସନାତନ ଆହୁରି ଆଗେଇ ନେବେ ବୋଲି ସେମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ