Masthead

ବିଜେଡି ବରିଷ୍ଠଙ୍କୁ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ବଣ୍ଟନ । ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ୍‌ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଜୁ କୃଷକ ଜନତା ଦଳର ଦାୟିତ୍ୱ ଦଳର ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ଦିଆଯାଇଛି । ସେହିପରି ବିଜେଡି ଆଞ୍ଚଳିକ ଉନ୍ନୟନ ସେଲରେ ଅନଙ୍ଗ ଉଦୟ ସିଂଦେଓଙ୍କୁ ଦାୟିତ୍ୱ ଦିଆଯାଇଛି ।

ଅନ୍ୟପଟେ ବିଜେଡି କୋ-ଅପରେଟିଭ୍ ସେଲର ଦାୟିତ୍ୱ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଶିକ୍ଷା ଓ ଶିକ୍ଷକ ସେଲର ଦାୟିତ୍ୱ ବଦ୍ରି ନାରାୟଣ ପାତ୍ର, ଫିସରମ୍ୟାନ୍ ସେଲର ଦାୟିତ୍ୱ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଆଦିବାସୀ ସେଲର ଦାୟିତ୍ୱ ମଙ୍ଗଳା କିଷାନଙ୍କୁ ଦିଆଯାଇଛି । ଅନ୍ୟପଟେ ବିଜେଡି ସିନିୟର ସିଟିଜେନ୍ ସେଲର ଦାୟିତ୍ୱ ଦେବାଶିଷ ସାମନ୍ତରାୟଙ୍କୁ ଦିଆଯାଇଥିବାବେଳେ, ଓବିସି ସେଲର ଦାୟିତ୍ୱରେ ଅରୁଣ ସାହୁ, ଏସସି ସେଲର ଦାୟିତ୍ୱରେ ମହେଶ ସାହୁ ଏବଂ ଆଇଟି ଏବଂ ସୋସିଆଲ୍ ମିଡିଆ ସେଲରେ ଅମର ପଟ୍ଟନାୟକ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ