Masthead

କାହାର କଟିବ, କାହାକୁ ମିଳିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବିଭିନ୍ନ ଲୋକସଭା ଆସନରେ ହେଭିୱେଟ୍ ନେତାଙ୍କୁ ଟିକେଟ୍ ଦେଇସାରିଛି । ଏବେ ବିଜେପିର ପ୍ରାର୍ଥୀ ଘୋଷଣା ପରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକାକୁ ଅପେକ୍ଷା । କାହାକୁ ମିଳିବ କାହାର କଟିବ ଟିକେଟ । ତା ଉପରେ ରହିଛି ସମସ୍ତଙ୍କ ନଜର । ବିଜେଡି ଓ କଂଗ୍ରେସର ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ଜମିବ ନିର୍ବାଚନ ପ୍ରଚାର । ସରଗରମ ହେବ ନିର୍ବାଚନୀ ମଇଦାନ ।

କାହାକୁ ଟିକେଟ ମିଳିବ କାହାର କଟିବ ଏବେଠୁ ଚର୍ଚ୍ଚା ଆରମ୍ଭ ହେଲାଣି । ଠିକ ସମୟରେ କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ଦଳ କହୁଥିବାବେଳେ ବିଭିନ୍ନ ସମୟରେ ବରିଷ୍ଠ ନେତାଙ୍କୁ ନେଇ ନବୀନ ନିବାସରେ ଚାଲିଛି ଟିକେଟ୍ କସରତ୍ । ବିଭିନ୍ନ ଜିଲ୍ଲାର ନେତାଙ୍କୁ ନେଇ ସମୀକ୍ଷା କରୁଛନ୍ତି ବିଜେଡି ସୁପ୍ରିମୋ । ନିକଟରେ କଂଗ୍ରେସ କହିଥିଲା, ଦଳ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ରଖିଛି । କଂଗ୍ରେସ ମଧ୍ୟ ଜଗି ରହି ମୈଦାନକୁ ଓହ୍ଲାଇବା ଠିକ୍ ହେବ ବୋଲି ବିଚାର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି