Masthead

ବିଜେଡି ନେତା ଧ୍ୱଂସ କରିବେ ରାବଣ ରାଜ୍ୟ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିରେ ଅଛନ୍ତି ୧୦୦ରୁ ଅଧିକ ବିଭୀଷଣ । ବିଜେଡିର ୮୦ ପ୍ରତିଶତ ନେତୃତ୍ୱ ଦଳ ଛାଡ଼ିବା ମାନସିକ ସ୍ତରରେ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରତିକ୍ରିୟା ଦେଲେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସେ ଆହୁରି ମଧ୍ୟ କହିଛନ୍ତି ବିଜେଡିର ଯେଉଁ ନେତା ମାନେ ରାବଣ ରାଜ୍ୟକୁ ଶେଷ କରିବାକୁ ଚାହୁଁଛନ୍ତି ସେମାନେ ସମସ୍ତେ ବିଜେପି ସହ ଜଡ଼ିତ ଅଛନ୍ତି । ବିଜେଡି ବିଧାୟକ ମାନେ ବିଜେପି ସମ୍ପର୍କରେ ଥିବା କଥାରେ ସତ୍ୟତା ଅଛି ।

ରାବଣର ସାମ୍ରାଜ୍ୟକୁ ଶେଷ କରିବା ପାଇଁ ଜଣେ ବିଭୀଷଣର ଆବଶ୍ୟକତା ଥିଲା । ଏବେ ବିଜେଡିରେ ଏବଂ ରାଜ୍ୟ ସରକାରରେ ଭ୍ରଷ୍ଟାଚାର, ଅନାଚାର ଏବଂ ଏକଛତ୍ରବାଦ ଚାଲିଛି । ଏହାକୁ ଶେଷ କରିବାକୁ ବିଜେଡିରୁ ୧୦୦ରୁ ଉର୍ଦ୍ଧ୍ବ ବିଭୀଷଣ ହୋଇ ବିଭିନ୍ନ ନେତୃତ୍ୱ ବାହାରିବେ ଏବଂ ଧର୍ମର ସାଥ ଦେବେ । ତାହାର ପରିଣାମ ଆଗାମୀ ଦିନରେ ଓଡ଼ିଶା ରାଜନୀତି ଦେଖିବ । ରାଜ୍ୟ ସଭାପତିଙ୍କ କଥାରେ ପୁରା ସତ୍ୟତା ଅଛି ।

ବିଜେଡିର ୮୦ ପ୍ରତିଶତ ନେତୃତ୍ୱ ଦଳ ଛାଡ଼ିବା ମାନସିକ ସ୍ତରରେ ପାଇଁ ପ୍ରସ୍ତୁତ ଅଛନ୍ତି । କାହାକୁ ବିଜେପି ନେବ ତାହା ସମୟ ଉପରେ ନିର୍ଭର କରୁଛି । ବିଜେଡି ରେ ବିଭାଜନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଆଗାମୀ ଦିନରେ ନୂଆ ଉଦାହରଣ ସୃଷ୍ଟି ହେବ । ବିଜେଡିର ଯେଉଁ ନେତା ମାନେ ରାବଣ ରାଜ୍ୟକୁ ଶେଷ କରିବାକୁ ଚାହୁଁଛନ୍ତି ସେମାନେ ସମସ୍ତେ ବିଜେପି ସହ ଜଡ଼ିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ