Masthead

ପ୍ରମିଳା ହେବେ ବାଚସ୍ପତି!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ରେ ବାଚସ୍ପତି ନିର୍ବାଚନ । ଆଜି ବିଧାୟିକା ପ୍ରମିଳା ମଲ୍ଲିକ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏଥିସହ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ବାଚସ୍ପତି ହେବେ । ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି ।

ପ୍ରମିଳା ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ । ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ତାଙ୍କରି ଅଧ୍ୟକ୍ଷତାରେ ବିଧାନସଭାର ମୈାସୁମୀ ଅଧିବେଶନ ଅନୁଷ୍ଠିତ ହେବ । ଚଳିତ ବିଧାନସଭାରେ ତୃତୀୟ ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଦାୟିତ୍ୱ ଗ୍ରହଣ କରିବେ । ୨୦୧୪ ସାଧାରଣ ନିର୍ବାଚନ ପରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି କରାଯାଇଥିଲା । ୨୦୨୨ ଜୁନ୍ ମାସରେ ସୂର୍ଯ୍ୟ ପାତ୍ର ଇସ୍ତଫା ଦେଲା ପରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଗତ ମେ’ ମାସରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିଲେ । ସେବେ ଠାରୁ ବାଚସ୍ପତି ପଦବୀ ଖାଲି ପଡ଼ିଥିଲା ।

୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଞ୍ଝାରପୁର ଆସନରୁ ବିଧାୟିକା ହୋଇଛନ୍ତି ପ୍ରମିଳା ମଲ୍ଲିକ । ୧୯୯୦ରେ ପ୍ରଥମେ ଜନତା ଦଳରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ପ୍ରମିଳା । ୨୦୦୦ ମସିହାରୁ କ୍ରମାଗତ ଭାବେ ସେ ବିଜେଡିରୁ ବିଧାୟିକା ଭାବେ ଜିତିଛନ୍ତି । ୨୦୧୯ରୁ ୨୦୨୨ ପର୍ଯ୍ୟନ୍ତ ସେ ସରକାରୀ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଛନ୍ତି । ୨୦୨୨ରେ ତାଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଦାୟିତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା