Masthead

ମୁହଁ ଖୋଲିଲା ବିଜେଡି

ଭଣ୍ଡାରିପୋଖରୀ (ବଡ଼ ଖବର ବ୍ୟୁରୋ): ଛତାବର ମଞ୍ଜୁରୀ ରୋଡ଼ ଛଞ୍ଚଣା ରାସ୍ତାର ଉନ୍ନତି ଦାବିରେ ଆସନ୍ତାକାଲି ଜନ ଆନ୍ଦୋଳନ ଡ଼ାକରା ଦେଇଛି ବିଜେପି । ବିଜେପିର ଆନ୍ଦୋଳନ ଡାକରା ପରେ ମୁହଁଖୋଲିଛି ବିଜେଡି । ଭଣ୍ଡାରିପୋଖରୀ ବିଜେଡି ପକ୍ଷରୁ ଆଜି ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ତତ୍ତ୍ୱାବଧାନରେ ଛତାବରଠାରୁ ମଞ୍ଜୁରି ରୋଡ଼ ଛୱିମା ଦୀର୍ଘ ୧୭.୭୬ କିମି ରାସ୍ତାକୁ ଆରଡି ବିଭାଗରୁ ବଦଳାଇ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଛି । ରାସ୍ତା ୭ ମିଟର ଚଉଡ଼ା କରାଯିବ । ପାଖାପାଖି ୨୫ କୋଟି ଟଙ୍କାର ଏସଟିମେଣ୍ଟ କରାଯାଇ ସରକାରଙ୍କ ପାଖକୁ ପ୍ରସ୍ତାବ ଦିଆସରିଛି । ଟଙ୍କା ଆସିଲେ ଟେଣ୍ଡର କରାଯାଇ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ହେଲେ ଆସନ୍ତାକାଲି ଜନ ଆନ୍ଦୋଳନ ଡ଼ାକିବା ବାହାସ୍ଫୋଟ ଛଡ଼ା ଆଉ କ’ଣ ହୋଇପାରେ ବୋଲି ବିଜେଡି ନେତା ଦୀପ୍ତିସୂର୍ଯ୍ୟ ର୍ଭତେନ୍ଦୁ ବିଶ୍ଵାଳ ଓ ଲଳିତ କୁମାର ରାଉତ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା