Masthead

ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋୟର ପିଏମ୍‌ଜିରେ ବିଜେଡି କର୍ମୀଙ୍କ ଆନ୍ଦୋଳନ। ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ଆଜି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ କରାଯାଇଛି। ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଛନ୍ତି।

ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ହେଲେ ସ୍ଥିତି ଏବେ ଅନିୟନିୟନ୍ତ୍ରିତ। ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ ଭାଙ୍ଗିଲେ ବିଜେଡି କର୍ମୀ। ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ। ସେପଟେ ଆନ୍ଦୋଳନକାର-ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଇ ପୋଲିସ ଅଟକ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ