ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋୟର ପିଏମ୍‌ଜିରେ ବିଜେଡି କର୍ମୀଙ୍କ ଆନ୍ଦୋଳନ। ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ଆଜି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ କରାଯାଇଛି। ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଛନ୍ତି।

ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ହେଲେ ସ୍ଥିତି ଏବେ ଅନିୟନିୟନ୍ତ୍ରିତ। ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ ଭାଙ୍ଗିଲେ ବିଜେଡି କର୍ମୀ। ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ। ସେପଟେ ଆନ୍ଦୋଳନକାର-ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଇ ପୋଲିସ ଅଟକ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ