Masthead

ହିଂଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ହିଂଜିଳି ବିଧାନସଭା ନିର୍ବାଚନମଣ୍ଡଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୪ରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି । ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି ।

ସେପଟେ ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ୨୫ରେ ସୋନପୁରରେ ଜନସଭାକୁ ସମ୍ବୋଧନ କରିବେ ଶାହ । ପରେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ବଲାଙ୍ଗିର ଲୋକସଭା ନିର୍ବାଚନମଣ୍ଡଳିରେ ସୋନପୁର ଆସୁଥିବା ବେଳେ ଏହି ସଂସଦୀୟ କ୍ଷେତ୍ରରେ ସଂଗୀତା ସିଂହ ଦେଓଙ୍କୁ ସାଂସଦ ପ୍ରାର୍ଥୀ କରିଛି ଦଳ ।

ସେହିପରି ସୋନପୁର ବିଧାନସଭା କ୍ଷେତ୍ରରୁ ପ୍ରମୋଦ ମହାପାତ୍ରଙ୍କୁ ମିଳିଛି ଟିକେଟ । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନିର୍ବାଚନରେ ବିଜୟୀ ହେବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଅମିତ ଶାହା । ଏଥିସହ ଭୁବନେଶ୍ୱରରେ ଦଳର ରାଜ୍ୟ ନେତୃତ୍ୱଙ୍କୁ ଭେଟି ରଣନୀତି ସମ୍ପର୍କରେ ଆଲୋଚନା କରିବେ । କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱରରେ ରାତ୍ରୀଯାପନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ