Masthead

ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପୂର୍ବତନ ବାଲେଶ୍ୱର ବିଧାୟକ ଜୀବନ ପ୍ରଦୀପ ଦାଶଙ୍କୁ ଆଜି ବିଜେଡିରୁ ନିଲମ୍ବନ କରାଯାଇଛି। ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ଦଳ ପକ୍ଷରୁ ଏକ ପ୍ରେସ ରିଲିଜରେ ଅବଗତ କରାଯାଇଛି।
୨୦୦୯ ସାଧାରଣ ନିର୍ବାଚନ ପୂର୍ବରୁ ଜୀବନ ପ୍ରଦୀପ ବିଜେପି ଛାଡ଼ି ବିଜେଡିରେ ଯୋଗଦେଇଥିଲେ। ୨୦୦୯ରେ ବିଜେଡି ଟିକେଟରେ ସେ ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ପରେ ୨୦୧୪ରେ ମଧ୍ୟ ବିଜେଡି ଟିକେଟରେ ଉକ୍ତ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ମଧ୍ୟ ବିଜେଡି ତାଙ୍କୁ ପ୍ରାର୍ଥୀ କରିଥିଲା। ହେଲେ ସେ ବିଜେପି ପ୍ରାର୍ଥୀ ସ୍ୱର୍ଗତ ମଦନ ମୋହନ ଦତ୍ତଙ୍କଠାରୁ ପରାଜିତ ହୋଇଥିଲେ। ମଦନ ମୋହନଙ୍କ ଦେହାନ୍ତ ପରେ ଉପନିର୍ବାଚନ ପାଇଁ ଜୀବନ ପ୍ରଦୀପ ବିଜେଡି ଟିକେଟ ଆଶାୟୀ ଥିଲେ। କିନ୍ତୁ ଶେଷ ମୁହୂର୍ତ୍ତରେ ତାଙ୍କୁ ନିରାଶ ହେବାକୁ ପଡ଼ିଥିଲା। ବିଜେଡି ବାଲେଶ୍ୱରରେ ସ୍ୱରୂପ ଦାସଙ୍କୁ ଟିକେଟ ଦେଇଥିଲା। ଟିକେଟରୁ ବଞ୍ଚିତ ହେବା ପରେ ଜୀବନ ପ୍ରଦୀପ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ କ୍ରମେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ