Masthead

ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା; ଗାଁକୁ ଯିବେ ନେତା ଓ କର୍ମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି । ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଉଛି ବିଜେଡିର ଜନସଂପର୍କ ପଦଯାତ୍ରା । ଗାଁ ଗାଁକୁ ଯିବେ ନେତା ଓ କର୍ମୀ ପ୍ରତି ପଞ୍ଚାୟତ ଏବଂ ୱାର୍ଡରେ ଯାତ୍ରା କରିବ ବିଜେଡି । ସାମିଲ ହେବେ ଦଳର ଜିଲ୍ଲା ସଭାପତି ଓ ପର୍ୟ୍ୟବେକ୍ଷକ । ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା । ଭୁବନେଶ୍ବର ମହାନଗର ନିଗମର ୪୪ ନମ୍ବର ଓ୍ବାର୍ଡ଼ରେ ପଦଯାତ୍ରା ଓ ୫୭ ନମ୍ବର ଓ୍ବାର୍ଡ଼ରେ ସାଧାରଣ ସଭାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ୟ୍ୟକ୍ରମର ଶୁଭାରମ୍ଭ କରିବେ । ପଦଯାତ୍ରା ବେଳେ ସରକାରଙ୍କ ଜନକଲ୍ୟାଣ ଯୋଜନା ବାବଦରେ ଲୋକଙ୍କ ସହ ଆଲୋଚନା କରିବ ଦଳ । ଜନସମ୍ପର୍କ ପଦଯାତ୍ରାକୁ ବିଜେଡ଼ି ଜିଲ୍ଲା ସଭାପତି ଓ ପର୍ୟ୍ୟବେକ୍ଷକମାନେ ଅନୁଧ୍ୟାନ କରିବେ । ରାଜ୍ୟ ସରକାରଙ୍କ ସଫଳତା ସହ ରାଜ୍ୟ ପ୍ରତି କେନ୍ଦ୍ରର ଲଗାତାର ଅବହେଳା ବାବଦରେ ବି ଲୋକଙ୍କୁ ସଚେତନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ