Masthead

ନୂଆ ସଂସଦ ଭବନ ଉଦଘାଟନ ସମାରୋହରେ ସାମିଲ ହେବ ବିଜେଡି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ନୂଆ ସଂସଦ ଭବନ ଉଦଘାଟନରେ ଯୋଗଦେବ ବିଜୁ ଜନତା ଦଳ ।  ଆସନ୍ତା ୨୮ତାରିଖରେ ଦୋବାକୁ ଥିବା ନୂଆ ସଂସଦ ଭବନର ଉଦଘାଟନ ସମାରୋହରେ ସାମିଲ ଦେବ ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଉଦଘାଟନୀ ସମାରୋହରେ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂଆ ସଂସଦ ଭବନ ଉଦଘାଟନ କରାଯିବାକୁ ବିରୋଧ କରିଛନ୍ତି କଂଗ୍ରେସ ସମେତ ମୋଟ ୧୯ଟି ରାଜନୀତିକ ଦଳ ।

ସେମାନଙ୍କର ଦାବି ରହିଛି ରାଷ୍ଟ୍ରପତି କରନ୍ତୁ ଉଦଘାଟନ। ତେବେ ଏହି ସମାରୋହ ଉତ୍ସବକୁ ବର୍ଜନ କରିବେ ବୋଲି ଆଜି ମିଳିତ ବିବୃତ୍ତି ଜାରି କରିଛନ୍ତି ୧୯ଟି ଦଳ ।  ଅନ୍ୟପଟେ ବିଜେଡି ସନ୍ଧ୍ୟାରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ବିଜେଡି ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର ଏନେଇ ଏକ ପ୍ରେସ୍ ବିବୃତି ମାଧ୍ୟମରେ କହିଛନ୍ତି ଯେ ଭାରତୀୟ ରାଷ୍ଟ୍ର ମୁଖ୍ୟ ହେଉଛନ୍ତି ଭାରତର ରାଷ୍ଟ୍ରପତି । ସେହିପରି ସଂସଦ ଭବନ ଭାରତର ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ୱ କରେ। ଏହି ଦୁଇ ସଂସ୍ଥା ହେଉଛି ଭାରତୀୟ ଗଣତନ୍ତ୍ରର ପ୍ରତୀକ ଓ ଭାରତୀୟ ସମ୍ବିଧାନ ଦ୍ୱାରା ଉଭୟ ଅଧିକାରପ୍ରାପ୍ତ।

ଉଭୟ ସଂସ୍ଥାର ଅଧିକାର ଓ ଗାରିମା ସର୍ବଦା ସୁରକ୍ଷିତ ରହିବା ଉଚିତ୍। ଏହି ସାମ୍ବିଧାନିକ ସଂସ୍ଥାଗୁଡ଼ିକ ଯେକୌଣସି ପ୍ରସଙ୍ଗରୁ ଊର୍ଦ୍ଧ୍ୱରେ ରହିବା ଉଚିତ୍ ଯାହାକି ଏହାର ପବିତ୍ରତା ଓ ସମ୍ମାନକୁ ପ୍ରଭାବିତ କରୁଥିବ ବୋଲି ବିଜେଡି ବିଶ୍ୱାସ କରେ। ଏସବୁ ପ୍ରସଙ୍ଗରେ ପରବର୍ତ୍ତୀ ସମୟରେ ପବିତ୍ର ଗୃହରେ ବିତର୍କ କରାଯାଇପାରିବ। ତେଣୁ ବିଜେଡି ନିଶ୍ଚିତ ଭାବେ ଏହି ମହତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ଉପସ୍ଥିତ ରହିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ 🔴 2027 ଜନଗଣନା ପାଇଁ ବିଜ୍ଞପ୍ତି ଜାରି 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ 🔴 2027 ଜନଗଣନା ପାଇଁ ବିଜ୍ଞପ୍ତି ଜାରି