Masthead

ବିଜେଡିର ୩ ଦିନିଆ ରାଜ୍ୟବ୍ୟାପି ପ୍ରତିବାଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେଡିର ୩ ଦିନିଆ ରାଜ୍ୟବ୍ୟାପି ପ୍ରତିବାଦ । କୋଭିଡ ପାଇଁ ଦିଆଯାଉଥିବା ୫କେଜି ଚାଉଳ କଟାଯିବାକୁ ନେଇ ତାତିଛି ବିଜେଡି । କେନ୍ଦ୍ରର ଧାନ କିଣା ନୀତି ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବନ୍ଦ କରିବା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି ।ଆଜି ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଆସନ୍ତାକାଲି ପଞ୍ଚାୟତ କାର୍ୟ୍ୟାଳୟ ସମ୍ମୁଖରେ ଓ ୧୬ ତାରିଖରେ ବ୍ଲକ ଓ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଆନ୍ଦୋଳନ କରିବ ବିଜେଡି । ଦଳ କହିଛି ଯେ, କେନ୍ଦ୍ର ସରକାର ଏଥର ବଜେଟର କ୍ରୟ ପାଣ୍ଠିରେ ୨୦ ହଜାର କୋଟି ଟଙ୍କା ହ୍ରାସ କରିଛନ୍ତି ।

ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇ ଦେବା ଫଳରେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କ ଧାନ ବିକ୍ରି ପ୍ରଭାବିତ ହେବ । ପୂର୍ବରୁ ଓଡ଼ିଶାରୁ ୧୮ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉଠୁଥିଲା । ଏବେ ତାହାକୁ ୪ ଲକ୍ଷ ମେଟ୍ରିକ୍ ଟନକୁ ହ୍ରାସ କରାଯାଇଛି । ଦଳ କହିଛି କେବଳ ବରଗଡ଼ ପରି ଗୋଟିଏ ଦିଲ୍ଲାରେ ୪ ଲକ୍ଷ ଟନ୍ ଉତ୍ପାଦନ ହୋଇଥାଏ । ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅଧିନରେ ୫ କିଲୋ ମାଗଣା ଚାଉଳ ବ୍ୟତୀତ ପ୍ରତି ମାସରେ ଆଉ ୫ କିଲୋ ମାଗଣା ଚାଉଳ ମିଳୁଥିଲା । କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବନ୍ଦ କରିବା ଯୋଗୁ ଗରିବ ଲୋକଙ୍କୁ ମିଳୁଥିବା ୫ କେଜି ଚାଉଳ ବନ୍ଦ ହୋଇଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା