Masthead

ବିଜେଡିର ୩ ଦିନିଆ ରାଜ୍ୟବ୍ୟାପି ପ୍ରତିବାଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେଡିର ୩ ଦିନିଆ ରାଜ୍ୟବ୍ୟାପି ପ୍ରତିବାଦ । କୋଭିଡ ପାଇଁ ଦିଆଯାଉଥିବା ୫କେଜି ଚାଉଳ କଟାଯିବାକୁ ନେଇ ତାତିଛି ବିଜେଡି । କେନ୍ଦ୍ରର ଧାନ କିଣା ନୀତି ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବନ୍ଦ କରିବା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି ।ଆଜି ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଆସନ୍ତାକାଲି ପଞ୍ଚାୟତ କାର୍ୟ୍ୟାଳୟ ସମ୍ମୁଖରେ ଓ ୧୬ ତାରିଖରେ ବ୍ଲକ ଓ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଆନ୍ଦୋଳନ କରିବ ବିଜେଡି । ଦଳ କହିଛି ଯେ, କେନ୍ଦ୍ର ସରକାର ଏଥର ବଜେଟର କ୍ରୟ ପାଣ୍ଠିରେ ୨୦ ହଜାର କୋଟି ଟଙ୍କା ହ୍ରାସ କରିଛନ୍ତି ।

ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇ ଦେବା ଫଳରେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀଙ୍କ ଧାନ ବିକ୍ରି ପ୍ରଭାବିତ ହେବ । ପୂର୍ବରୁ ଓଡ଼ିଶାରୁ ୧୮ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉଠୁଥିଲା । ଏବେ ତାହାକୁ ୪ ଲକ୍ଷ ମେଟ୍ରିକ୍ ଟନକୁ ହ୍ରାସ କରାଯାଇଛି । ଦଳ କହିଛି କେବଳ ବରଗଡ଼ ପରି ଗୋଟିଏ ଦିଲ୍ଲାରେ ୪ ଲକ୍ଷ ଟନ୍ ଉତ୍ପାଦନ ହୋଇଥାଏ । ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅଧିନରେ ୫ କିଲୋ ମାଗଣା ଚାଉଳ ବ୍ୟତୀତ ପ୍ରତି ମାସରେ ଆଉ ୫ କିଲୋ ମାଗଣା ଚାଉଳ ମିଳୁଥିଲା । କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବନ୍ଦ କରିବା ଯୋଗୁ ଗରିବ ଲୋକଙ୍କୁ ମିଳୁଥିବା ୫ କେଜି ଚାଉଳ ବନ୍ଦ ହୋଇଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ