Before Header

ନବୀନ ନିବାସରେ ୪ ଲୋକସଭା ଆସନକୁ ନେଇ ଆଲୋଚନା

0 1,125

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ହେବ ସମୀକ୍ଷା ବୈଠକ। କେନ୍ଦୁଝର ଓ ମୟୁରଭଞ୍ଜ ସଂସଦୀୟ କ୍ଷେତ୍ରର ସମୀକ୍ଷା ପାଇଁ ନବୀନ ନିବାସରେ ପଂହଁଚିଲେ ନେତା । ବିଧାୟକ ଓ ପର୍ଯ୍ୟବେକ୍ଷକ ଉପସ୍ଥିତ । ମୟୁରଭଞ୍ଜ ପର୍ଯ୍ୟବେକ୍ଷ ପ୍ରଶାନ୍ତ ମୁଦୁଲି, କେନ୍ଦୁଝର ପର୍ଯ୍ୟବେକ୍ଷ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ । କେନ୍ଦୁଝର ସଂସଦୀୟ କ୍ଷେତ୍ରର ଚମ୍ପୁଆ ବିଧାୟିକା ମିନାକ୍ଷୀ ମହନ୍ତ, ପାଟଣା ବିଧାୟକ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗିରଥି ସେଠି ପ୍ରମୁଖ ଉପସ୍ଥିତ ।

ଉଭୟ ବିଧାନସଭା ଓ ଲୋକସଭା ଆସନରେ କିଭଳି ଦଳ ମାତ୍ ଦେବ ଏ ଦିଗରେ ରଣନୀତି ପ୍ରସ୍ତୁତ ହେବ । ବିଜେପି ଲୋକସଭା ପ୍ରାର୍ଥୀ ଘୋଷଣା କରି ସାରିଛି । ତେଣୁ କିଭଳି କାଉଣ୍ଟର କରିହେବ ସେ ଦିଗରେ ବିଜେଡି ରଣନୀତି ପ୍ରସ୍ତୁତ କରିବ । ୨୦୧୯ ନିର୍ବାଚନରେ ମୟୂରଭଞ୍ଜ ଲୋକସଭା ଆସନ ବିଜେପି ହାତେଇଥିଲା । କିନ୍ତୁ କେନ୍ଦୁଝର ବିଜେଡି ହାତରେ ରହିଛି । ତେବେ ମୟୂରଭଞ୍ଜ ଉପରେ ବିଜେଡିର ଫୋକସ ରହିଛି । ଆଦିବାସୀ ଭୋଟ୍ ଗୋଟିଏ ବଡ ଭୂମିକା ନେବ । ସେହିପରି ଅପରାହ୍ନରେ ବାଲେଶ୍ୱର ଓ ଭଦ୍ରକ ନେତାଙ୍କୁ ନେଇ ବୈଠକ ବସିବ । ଟିକେଟ୍ ଘୋଷଣା ପୂର୍ବରୁ ଆଜି ଶେଷ ବୈଠକ ବୋଲି କୁହାଯାଉଛି ।

Leave A Reply

Your email address will not be published.