Masthead

ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର-୩ରେ ଓଡିଶାର ୨ଟି ବିଧାନସଭା ଆସନ ପାଇଁ ହେବ ଉପନିର୍ବାଚନ । ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି । ସେହିପରି ବାଲେଶ୍ୱର ସଦର ଆସନରୁ ବିଧାନସଭାକୁ ପ୍ରତିନିଧିତ୍ୱ କରୁଥିବା ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ରହିଛି । ଏହି ୨ ବିଧାନସଭା ଆସନ ହାତେଇବା ପାଇଁ ଶାସକ ବିଜେଡି ଓ ବିରୋଧୀ ବିଜେପି, କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଝା ।

ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଆସନ୍ତା ୧୯ ଥିବା ବେଳେ କଂଗ୍ରେସର ନବନିଯୁକ୍ତ ପ୍ରଭାରୀ ଏ. ଚେଲ୍ଲାକୁମାର ଇତି ମଧ୍ୟରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ କରିସାରିଲେଣି । କିନ୍ତୁ ବିଜେଡି ଓ ବିଜେପିର କୌଣସି ଟାଣୁଆ ନେତା ଏହି ନିର୍ବାଚନ ମଣ୍ଡଳୀ ଗ୍ରସ୍ତ କରିନାହାନ୍ତି । ଆଜି ବିଜେପି ୨ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ବାଲେଶ୍ୱର ସଦର ଆସନ ପାଇଁ ସ୍ୱର୍ଗତ ମଦନମୋହନଙ୍କ ପୁଅ ମାନସଙ୍କୁ ଦଳ ପ୍ରାର୍ଥୀ କରିଛି ସେହିପରି ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରାଜକିଶୋର ବେହେରା ପ୍ରାର୍ଥୀ ହୋଇଛନ୍ତି । ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ୮ ଦିନ ସମୟ ଥିବା ବେଳେ ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ । ବିଜେପିର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂଙ୍କ ସୂଚନା ଆଧାରରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ