Masthead

ଆଜି ଓଡ଼ିଶାରେ ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସରେ ଓଡ଼ିଶା । ଆଜି ଓଡ଼ିଶାରେ ରହିଛି ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରି ବିଷ୍ଣୁଦେବ ସାଏ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ବିଜେପି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର କରିବେ । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରଥମେ କବିସୂର୍ୟ୍ୟନଗର, ତା ପରେ କଂଟାବାଜି ଓ ଲୋଇସିଂଘା ପରେ ଶେଷରେ ସନ୍ଧ୍ୟାରେ କଣାସରେ ଜନସଭା କରିବେ ।

ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ବୀରମିତ୍ରପୁର, ରାଜଗାଙ୍ଗପୁରର ଜାମପାଲି, ସୁନ୍ଦରଗଡ଼ର ବିଲେଇମୁଣ୍ଡାରେ ଜନସଭାକୁ ସମ୍ବୋଧନ କରିବେ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ମଧ୍ୟ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ତା ପରେ ଦଶପଲ୍ଲା ଓ ଜି. ଉଦୟଗିରିରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବିଜେପିର ପ୍ରଚାରରେ ଲାଗିପଡ଼ିଥିବା ବେଳେ ଆଜି ଏଥିରେ ସାମିଲ ହେଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା