Masthead

ରଣପୁର ଓ ପଟାଙ୍ଗୀରେ ପ୍ରାର୍ଥୀ ବଦଳାଇଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ଆଉ ୨୧ ଜଣ ପ୍ରାର୍ଥୀଙ୍କ ନାଁ । ପ୍ରଥମ ପର୍ଯ୍ୟାରେ ୧୧୨ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବାବେଳେ ସେଥିରୁ ଦୁଇଟିରେ ପ୍ରାର୍ଥୀଙ୍କୁ ବଦଳାଇଛି ଦଳ। ରଣପୁର ଓ ପଟ୍ଟାଙ୍ଗୀରେ ଦଳ ପ୍ରାର୍ଥୀ ବଦଳାଇଛି । ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଆଜି ପ୍ରକାଶ ପାଇଥିବା ତାଲିକାରେ ତାଙ୍କ ବଦଳରେ ସୁରମା ପାଢ଼ୀଙ୍କୁ ପ୍ରାର୍ଥୀ କରାଯାଇଛି।

ସେହିପରି ପଟ୍ଟାଙ୍ଗୀରେ ଚୈତନ୍ୟ ହନ୍ତାଳଙ୍କ ସ୍ଥାନରେ ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି ଦଳ। ସେପଟେ ୨୦୧୯ରେ ନିର୍ବାଚନ ଲଢ଼ି ନଥିବା ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟ ଏଥର ନିର୍ବାଚନ ଲଢ଼ିବେ। ତାଙ୍କୁ ଦଳ ରାଉରକେଲାରୁ ପ୍ରାର୍ଥୀ କରିଛି। ଏହି ଆସନରୁ ଦିଲ୍ଲୀପ ରାୟ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୮୫ ଓ ୧୯୯୦ରେ ଜନତା ଦଳ ଟିକେଟରେ ସେ ବିଜୟୀ ହୋଇଥିଲେ। ୨୦୧୪ରେ ସେ ଏହି ଆସନରୁ ବିଜେପି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା