Masthead

ରଣପୁର ଓ ପଟାଙ୍ଗୀରେ ପ୍ରାର୍ଥୀ ବଦଳାଇଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ଆଉ ୨୧ ଜଣ ପ୍ରାର୍ଥୀଙ୍କ ନାଁ । ପ୍ରଥମ ପର୍ଯ୍ୟାରେ ୧୧୨ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବାବେଳେ ସେଥିରୁ ଦୁଇଟିରେ ପ୍ରାର୍ଥୀଙ୍କୁ ବଦଳାଇଛି ଦଳ। ରଣପୁର ଓ ପଟ୍ଟାଙ୍ଗୀରେ ଦଳ ପ୍ରାର୍ଥୀ ବଦଳାଇଛି । ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଆଜି ପ୍ରକାଶ ପାଇଥିବା ତାଲିକାରେ ତାଙ୍କ ବଦଳରେ ସୁରମା ପାଢ଼ୀଙ୍କୁ ପ୍ରାର୍ଥୀ କରାଯାଇଛି।

ସେହିପରି ପଟ୍ଟାଙ୍ଗୀରେ ଚୈତନ୍ୟ ହନ୍ତାଳଙ୍କ ସ୍ଥାନରେ ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି ଦଳ। ସେପଟେ ୨୦୧୯ରେ ନିର୍ବାଚନ ଲଢ଼ି ନଥିବା ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟ ଏଥର ନିର୍ବାଚନ ଲଢ଼ିବେ। ତାଙ୍କୁ ଦଳ ରାଉରକେଲାରୁ ପ୍ରାର୍ଥୀ କରିଛି। ଏହି ଆସନରୁ ଦିଲ୍ଲୀପ ରାୟ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୮୫ ଓ ୧୯୯୦ରେ ଜନତା ଦଳ ଟିକେଟରେ ସେ ବିଜୟୀ ହୋଇଥିଲେ। ୨୦୧୪ରେ ସେ ଏହି ଆସନରୁ ବିଜେପି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ