ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ । ଏହି ଅଧିବେଶନରେ ୨୦୨୦୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର । ଆସନ୍ତା ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହେବ । ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଓ ଆଲୋଚନା ଚାଲିବ । ୨୩ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବ ଓ ୨୪ ତାରିଖରେ ଭୋଟ ଗ୍ରହଣ କରାଯିବ । ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ଯାଏଁ ଚାଲିବ। ତେଣୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିବା ଆଶା କରାଯାଉଛି । ୨୫ ବର୍ଷ ପରେ ଏଥର ବିଧାନସଭାର ନୂଆ ଚିତ୍ର ଦେଖିବାକୁ ମିଳିବ । ସରକାରୀ ଦଳ ଆସନରେ ବିଜେପି ବସିବ ଓ ବିଜେଡି ହେବ ମୁଖ୍ୟ ବିରୋଧୀ ଦଳ । ନୂଆ ବିଧାନସଭାରେ ନୂଆ ସରକାର ଓ ନୂଆ ବିରୋଧୀ ଦଳ ସହ ଏଥର ପ୍ରସଙ୍ଗ ବି ନୂଆ ରହିଛି । ଦରବୃଦ୍ଧି, ରଥଯାତ୍ରା ପରିଚାଳନା, ଆଇନଶୃଙ୍ଖଳା ପରିସ୍ଥିତି, ଏଏସଓଙ୍କୁ ମାଡ ଘଟଣା, ବାଲେଶ୍ୱର ହିଂସା ପ୍ରସଙ୍ଗ ଉଠାଇ ସରକାରକୁ ଘେରିବା ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଆଉ ବିଜେପି କହିଛି , ସବୁ ପ୍ରସଙ୍ଗର ଉପରେ ଆଲୋଚନ କରିବାକୁ ସରକାର ରାଜି ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!