କୁରୁକ୍ଷେତ୍ରରୁ ନବୀନ, ୟୁପିରୁ ଅରୁଣ, ମଣ୍ଡିରୁ କଙ୍ଗନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଂଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୧୭ଟି ରାଜ୍ୟର ୧୧୧ଟି ଲୋକସଭା ଆସନ ଘୋଷଣା କରିଛି ଦଳ । ଏଥିରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ହିମାଚଳ ପ୍ରଦେଶର ମଣ୍ଡି ଆସନରେ ଟିକେଟ ଦିଆଯାଇଛି । ସୀତା ସୋରେନଙ୍କୁ ଦୁମକାରୁ ଟିକେଟ ଦିଆଯାଇଛି। ସୀତା ସୋରେନ ହେଉଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ଏବଂ ନିକଟରେ ସେ ବିଜେପିରେ ଯୋଗ ଦେଇଥିଲେ।

ରାମାୟଣ ସିରିଏଲରେ ରାମ ଭୂମିକା ଅଭିନୟ କରିଥିବା ଖ୍ୟାତନାମା ଅଭିନେତା ଅରୁଣ ଗୋଭିଲଙ୍କୁ ଉତରପ୍ରଦେଶର ମିରିଟରୁ ପ୍ରାର୍ଥୀ କରାଯାଇଛି । କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ନବୀନ ଜିନ୍ଦଲଙ୍କୁ ମଧ୍ୟ କୁରୁକ୍ଷେତ୍ରରୁ ଟିକେଟ ଦିଆଯାଇଛି। ରବି ଶଙ୍କର ପ୍ରସାଦଙ୍କୁ ପାଟନା ସାହିବରୁ ପ୍ରାର୍ଥୀ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ବେଗୁସରାଇରୁ ନିର୍ବାଚନ ଲଢିବେ। ସେହିପରି ୟୁପିର ସୁଲତାନପୁରରୁ ପୁଣି ପ୍ରାର୍ଥୀ ହେବେ ମେନକା ଗାନ୍ଧୀ ।

ବିହାରର ସାରନ ଆସନରୁ ରାଜୀବ ପ୍ରତାପ ରୁଡ୍ଡୀ, ବେଗୁସରାଇରୁ ଗିରିରାଜ ସିଂହ, ପାଟଣାସାହେବରୁ ରବିଶଙ୍କର ପ୍ରସାଦଙ୍କୁ ଦଳ ଟିକେଟ ଦେଇଛି । ଆନ୍ଧ୍ରପ୍ରଦେଶରେ ରାଜମହେନ୍ଦ୍ରୀରୁ ଡି ପୁରେନ୍ଦରେଶ୍ୱରୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ, ଭିକେ ସିଂହ, ପୂର୍ବତନ କେନ୍ଦ୍ରମନତ୍ରୀ ଅନନ୍ତ ହେଗଡେ, ସାଂସଦ ବରୁଣ ଗାନ୍ଧୀଙ୍କୁ ତାଲିକାରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ