Masthead

ଆଜି କଳା ଦିବସ ପାଳୁଛି ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କଳା ଦିବସ ପାଳୁଛି ବିଜେପି । ଜିଲ୍ଲାଠୁ ନେଇ ରାଜ୍ୟସ୍ତର ଯାଏଁ କଳା ଦିବସ ପାଳନ କରାଯାଉଛି । ୧୯୭୫ ମସିହା ଜୁନ୍ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧି ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ । ଏହାକୁ ବିରୋଧ କରି ପ୍ରତିବର୍ଷ ଜୁନ୍ ୨୫ ତାରିଖକୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରିବ ।

ତତ୍କାଳୀନ ଇନ୍ଦିରା ଗାନ୍ଧି ସରକାର ୧୯୭୫ ମସିହା ଜୁନ୍ ୨୫ ତାରିଖରେ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିଲେ । ଏହାକୁ ବିରୋଧ କରି ଜୁନ ୨୫କୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ବିଜେପି ଅଭିଯୋଗ କରିଛି ଯେ, ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି । ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ରର ହତ୍ୟା କରିଥିଲା କଂଗ୍ରେସ ।

ବିରୋଧୀ ଦଳଙ୍କୁ ଜେଲରେ ପୁରେଇଥିଲ କଂଗ୍ରେସ ।୧୯ ମାସ ଧରି ତାନାଶାହି ଶାସନ ଚଳାଇଥିଲେ । ନିଜର ସ୍ୱାର୍ଥ ପଦବୀର ସୁରକ୍ଷା ଓ କ୍ଷମତା ଖସିବା ଭୟରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଥିଲେ । ବିଜେପି ଏକ ଦାୟିତ୍ୱ ସମ୍ପନ୍ନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରୁଛି । ଆଜି ଏବଂ ଆସନ୍ତାକାଲି ଏହି ବ୍ଲାକ୍ ଡେ ପାଳନ କରାଯିବ। ଦେଶରେ ଏମର୍ଜେନ୍ସି ଲାଗୁକୁ ଆଜି ୫୦ ବର୍ଷ ପୁରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ