Masthead

ଆଜି କଳା ଦିବସ ପାଳୁଛି ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କଳା ଦିବସ ପାଳୁଛି ବିଜେପି । ଜିଲ୍ଲାଠୁ ନେଇ ରାଜ୍ୟସ୍ତର ଯାଏଁ କଳା ଦିବସ ପାଳନ କରାଯାଉଛି । ୧୯୭୫ ମସିହା ଜୁନ୍ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧି ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ । ଏହାକୁ ବିରୋଧ କରି ପ୍ରତିବର୍ଷ ଜୁନ୍ ୨୫ ତାରିଖକୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରିବ ।

ତତ୍କାଳୀନ ଇନ୍ଦିରା ଗାନ୍ଧି ସରକାର ୧୯୭୫ ମସିହା ଜୁନ୍ ୨୫ ତାରିଖରେ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଥିଲେ । ଏହାକୁ ବିରୋଧ କରି ଜୁନ ୨୫କୁ କଳା ଦିବସ ଭାବେ ପାଳନ କରି ଆସୁଛି ବିଜେପି । ଏହାସହ ବିଜେପି ଅଭିଯୋଗ କରିଛି ଯେ, ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି । ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ରର ହତ୍ୟା କରିଥିଲା କଂଗ୍ରେସ ।

ବିରୋଧୀ ଦଳଙ୍କୁ ଜେଲରେ ପୁରେଇଥିଲ କଂଗ୍ରେସ ।୧୯ ମାସ ଧରି ତାନାଶାହି ଶାସନ ଚଳାଇଥିଲେ । ନିଜର ସ୍ୱାର୍ଥ ପଦବୀର ସୁରକ୍ଷା ଓ କ୍ଷମତା ଖସିବା ଭୟରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଥିଲେ । ବିଜେପି ଏକ ଦାୟିତ୍ୱ ସମ୍ପନ୍ନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରୁଛି । ଆଜି ଏବଂ ଆସନ୍ତାକାଲି ଏହି ବ୍ଲାକ୍ ଡେ ପାଳନ କରାଯିବ। ଦେଶରେ ଏମର୍ଜେନ୍ସି ଲାଗୁକୁ ଆଜି ୫୦ ବର୍ଷ ପୁରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ