Masthead

‘କେବଳ ଆପକୁ ହିଁ ଭୟ କରୁଛି ବିଜେପି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ପଞ୍ଜାବର ଖଦୁର ସାହେବ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାର ତଥା ରାଜ୍ୟପାଳଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଦେଶରେ କେବଳ ଗୋଟିଏ ଆମ ଆଦମୀ ପାର୍ଟି ଅଛି ଯାହାକୁ ଭାରତୀୟ ଜନତା ପାର୍ଟି ଭୟ କରୁଛି।

ତାଙ୍କ ଅଭିଭାଷଣରେ ଆପ ମୁଖ୍ୟ ଅରବିନ୍ଦ କେଜରିୱାଲ କେନ୍ଦ୍ର ତଥା ରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ କରିଛନ୍ତି ଏବଂ କହିଛନ୍ତି ଯେ ସେମାନେ ରାଜ୍ୟ ପାଣ୍ଠି ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଦିଲ୍ଲୀ ଏବଂ ପଞ୍ଜାବ ସରକାରଙ୍କୁ ପ୍ରଶଂସା କରିଛନ୍ତି। କେଜରିୱାଲ କହିଛନ୍ତି ଯେ ଆମ ଆଦମୀ ପାର୍ଟି ଗତ ୧୦ ବର୍ଷ ମଧ୍ୟରେ ଲୋକଙ୍କ ମଧ୍ୟରେ ଏକ ଭଲ ଏବଂ ଦୃଢ ସ୍ଥାନ ହାସଲ କରିଛି । ଏହି କାରଣରୁ ଦୁଇଟି ରାଜ୍ୟ (ଦିଲ୍ଲୀ ଏବଂ ପଞ୍ଜାବ) ରେ ସରକାର ଗଠନ କରିବାରେ ଏହା ସଫଳ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ