Masthead

ଦୁବେଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉ: ଦାନୀଶ ଅଲ୍ଲୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଏସପି ଏମ୍‌ପି ଦାନୀଶ ଅଲ୍ଲୀଙ୍କ ବିରୋଧରେ ବିଜେପିଏମ୍‌ପି ରମେଶ ବିଧୁରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ପ୍ରସଙ୍ଗ ଉଠିବା ପରେ ବିଜେପି କହିଛି ଯେ, ଦାନୀଶ ଅଲ୍ଲୀ ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଅଶାଳୀନ ଶବ୍ଦ ବ୍ୟବହାର କରିଛନ୍ତି। ଏହାର ତଦନ୍ତ ପାଇଁ ବିଜେପ ଏମ୍‌ପି ନିଶିକାନ୍ତ ଦୁବେ ବାଚସ୍ପତି ଓମ ବିର୍ଲାଙ୍କୁ ଅଭିଯୋଗ ପତ୍ର ଲେଖିଛନ୍ତି।

ସଂସଦର ସ୍ବତନ୍ତ୍ର ଅଧିବେଶନ ବେଳେ ଚନ୍ଦ୍ରଯାନ-୩ର ସଫଳତା ସମ୍ପର୍କରେ ଆଲୋଚନା ଚାଲିଥିବା ବେଳେ ରମେଶ ସିଧାସଳଖ ଅଲୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିଲେ। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଏସବୁ ଭିତରେ ବିଜେପି ପକ୍ଷରୁ ଏମ୍‌ପି ବିଧୁରୀଙ୍କୁ ନିଜର ପକ୍ଷ ରଖିବାକୁ ନୋଟିସ କରାଯାଇଛି। ଅନ୍ୟପକ୍ଷରେ ରବିବାର ଦାନୀଶ ଅଲ୍ଲୀ କହିଛନ୍ତି ଯେ, ସେ ଲୋକସଭା ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ଯେ ଦୁବେଙ୍କ ଚିଠିର ମଧ୍ୟ ଯାଞ୍ଚ କରାଯାଉ।

ଯଦି ଦୁବେ ଯାହା କହୁଛନ୍ତି ତାହା ସତ ତେବେ ଏହାର ଏକ ଭିଡିଓ ମଧ୍ୟ ରହିବା ଉଚିତ୍‌। ଯେତେବେଳେ ବିଧୁରୀ ତାଙ୍କ ବିରୋଧରେ ଭୁଲ କଥା କହିଥିଲେ, ସେତେବେଳେ ବିଜେପର ସମସ୍ତ ଏମ୍‌ପି ହସୁଥିଲେ। ଏହାର ଅର୍ଥ ସେମାନେ ପ୍ରଧାନମନ୍ତ୍ରୀଙ୍କ ସମର୍ଥନରେ ଆସିନାହାନ୍ତି। ଦୁବେଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ପ୍ରଥମେ ଗୃହରେ ମୋର ଅପମାନ କରାଯାଇଥିଲା ଏବଂ ବର୍ତ୍ତମାନ ବାହାରେ ଧମକ ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ