Masthead

ଜେଲ ଗଲେ ବିଜେପି ନେତା

ନରସିଂହପୁର (ବଡ଼ ଖବର ବ୍ୟୁରୋ): ଜେଲ ଗଲେ ବିଜେପି ନେତା। ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁରରେ। ସୂଚନା ଅନୁଯାୟୀ ନରସିଂହପୁର ଥାନାରେ ବିଜେପି କର୍ମୀ ଏବଂ ପୋଲିସ ଭିତରେ ଧସ୍ତାଧସ୍ତି ହୋଇଥିଲେ । ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଜଣେ ମହିଳା କର୍ମଚାରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଥିଲା।

ଅନ୍ୟପଟେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ଦଳବେହେରା ଓ ତାଙ୍କ ସାନ ଭାଇ ସଞ୍ଜୟ ଦଳବେହେରାଙ୍କ ସମେତ ଅନ୍ୟ ଜଣେ ବିଜେପି କର୍ମୀଙ୍କୁ ନରସିଂହପୁର ପୋଲିସ ଅଟକ ରଖିଥିବା ବେଳେ ରାତିରେ ତରବରିଆ ଭାବେ ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିଲା।ସେଠାରେ ସେମାନଙ୍କର ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ନରସିଂହପୁର ଜେଲକୁ ପଠାଇଦିଆଯାଇଛି।

ସେମାନକଙ୍କୁ ଜେଲକୁ ପଠାଯିବା ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।ଏହି ଘଟଣାକୁ ବିଜେପି ପକ୍ଷରୁ ଦୃଢ଼ ନିନ୍ଦା କରି ରାଜ୍ୟ ବିଜେପିର ନେତୃବୃନ୍ଦ ଆଜି ନରସିଂହପୁର ଆସି କିଛି ଆଲୋଚନା କରିବା ପାଇଁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା