Masthead

ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ମାରାଥନ ପ୍ରଚାର । ଓଡ଼ିଶାର ୪ଟି ସ୍ଥାନରେ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ।

ସମ୍ବଲପୁର ସଭା ପରେ ଶାହା କେନ୍ଦୁଝର ଯିବେ। ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ହୋଇଛି ବିରାଟ ଜନସଭା କାର୍ଯ୍ୟକ୍ରମ। ଲୋକଙ୍କୁ ଗୃହମନ୍ତ୍ରୀ ସମ୍ବୋଧନ କରିବା ସହ ଭୋଟ ପାଇଁ ନିବେଦନ କରିବେ। ସେଠାରୁ ଢେଙ୍କାନାଳର ପରଜଙ୍ଗ ପରେ ନୟାଗଡ଼ ଯିବେ ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କର ଆଜି ମୋରଡ଼ା, ଉଦଳା, ଯଶୀପୁର, ରାଇରଙ୍ଗପୁର, ବାଙ୍ଗୀରିପୋଷି ଓ ବାରିପଦାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ