Masthead

ଆଜି ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଜେପି ପ୍ରାର୍ଥୀଙ୍କ ପାଇଁ କରିବେ ମାରାଥନ ପ୍ରଚାର । ଓଡ଼ିଶାର ୪ଟି ସ୍ଥାନରେ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।ସମ୍ବଲପୁର ସଭାରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ବିଧାୟକ ପ୍ରାର୍ଥୀ ଜୟନାରାୟଣ ମିଶ୍ର ଉପସ୍ଥିତ ରହିବେ।

ସମ୍ବଲପୁର ସଭା ପରେ ଶାହା କେନ୍ଦୁଝର ଯିବେ। ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ହୋଇଛି ବିରାଟ ଜନସଭା କାର୍ଯ୍ୟକ୍ରମ। ଲୋକଙ୍କୁ ଗୃହମନ୍ତ୍ରୀ ସମ୍ବୋଧନ କରିବା ସହ ଭୋଟ ପାଇଁ ନିବେଦନ କରିବେ। ସେଠାରୁ ଢେଙ୍କାନାଳର ପରଜଙ୍ଗ ପରେ ନୟାଗଡ଼ ଯିବେ ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ଲୋକଙ୍କୁ ସମ୍ବୋଧନ କରିବା ସହ ନିଜ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କର ଆଜି ମୋରଡ଼ା, ଉଦଳା, ଯଶୀପୁର, ରାଇରଙ୍ଗପୁର, ବାଙ୍ଗୀରିପୋଷି ଓ ବାରିପଦାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା